ଭୂକମ୍ପ ପରେ ଧ୍ୱଂସର ଚିତ୍ର: ରେସ୍କ୍ୟୁ, ରିଲିଫ୍‌ ବଡ଼ ଚ୍ୟାଲେଞ୍ଜ

ନାପିଦାଉ/ବ୍ୟାଙ୍କକ୍‌/ ନୂଆଦିଲ୍ଲୀ,୨୯ା୩:ମ୍ୟାନ୍‌ମାରରେ ଶୁକ୍ରବାର ୭.୭ ତୀବ୍ରତା ବିଶିଷ୍ଟ ଭୂକମ୍ପ ହୋଇଛି, ଯାହାର ପ୍ରଭାବ ଦେଶ ଭିତରେ ସୀମିତ ନ ରହି ଦକ୍ଷିଣପୂର୍ବ ଏସିଆକୁ ଥରାଇ ଦେଇଛି। କେବଳ ମ୍ୟାନ୍‌ମାରରେ ୧୪୪ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇଥିବାବେଳେ ଅନ୍ୟ ୭୩୨ ଜଣ ଆହତ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ୧,୦୦୦ ଶଯ୍ୟା ବିଶିଷ୍ଟ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଆହତମାନଙ୍କୁ ଭେଟିବା ପରେ ସାମରିକ ସରକାର ମୁଖ୍ୟ ମିନ୍‌ ଅଉଙ୍ଗ୍‌ ହଲାଇଙ୍ଗ୍‌ ମୃତ୍ୟସଂଖ୍ୟା ବଢ଼ିବା ନେଇ ଏକ ଟେଲିଭିଜନ୍‌ ବାର୍ତ୍ତାରେ ଆଶଙ୍କା ପ୍ରକାଶ କରିଛନ୍ତି।
ନଭେମ୍ବରରେ ମ୍ୟାନ୍‌ମାରର ଅଙ୍ଗ୍‌ ସାନ୍‌ ସ୍ୟୁଚୀଙ୍କ ନିର୍ବାଚିତ ସରକାରକୁ ଗାଦିଚ୍ୟୁତ କରି ସେନା କ୍ଷମତା ଦଖଲ କରିଥିଲା। ସେବେଠୁ ଦେଶରେ ଗୃହଯୁଦ୍ଧ ସ୍ଥିତି ଲାଗିରହିଛି। ମ୍ୟାନ୍‌ମାରର ଆର୍ଥିକ ସ୍ଥିତି ଠିକ୍‌ ନ ଥିବାବେଳେ ଭୂକମ୍ପ ଏହାକୁ ଆହୁରି ସଙ୍ଗିନ କରିଦେଇଛି। ଭୂମିକମ୍ପରେ ଦେଶର ଅନେକ ବଡ଼ ବଡ଼ କୋଠା, ବ୍ରିଜ୍‌, ରାସ୍ତା ଭାଙ୍ଗିଯାଇଛି। ଫଳରେ ପୂର୍ବରୁ ଲାଗିରହିଥିବା ମାନବୀୟ ସଙ୍କଟ ଆହୁରି ବଢ଼ିଯାଇଛି। ମ୍ୟାନ୍‌ମାର ସରକାର କହିଛନ୍ତି, ସର୍ବାଧିକ କ୍ଷତିଗ୍ରସ୍ତ ଅଞ୍ଚଳରେ ରକ୍ତର ଅଭାବ ଦେଖାଦେଇଛି। ତେଣୁ ସୁସ୍ଥ ଲୋକେ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିବାକୁ ସେ ପରାମର୍ଶ ଦେଇଛନ୍ତି।
ଭୂକମ୍ପ ଯୋଗୁ ଅନେକ କୋଠା ଧସିଯାଇଛି। ରାସ୍ତାଗୁଡ଼ିକ ଫାଟି ଅଁା କରିଥିବାରୁ ଯାତାୟାତରେ ବାଧା ସୃଷ୍ଟି ହୋଇଛି। କେତେକ ସ୍ଥାନରେ ମେଟ୍ରୋ ଓ ରେଳ ସେବାକୁ ବାତିଲ କରାଯାଇଛି। ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ପାଏଟୋଙ୍ଗଟର୍ନ ସିନାଓ୍ବାତ୍ରା ଜରୁରୀ ବୈଠକ ଡାକିବା ପରେ ବ୍ୟାଙ୍କକ୍‌ରେ ଏମର୍ଜେନ୍ସି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri