ଇଚ୍ଛାମୃତ୍ୟୁ ପାଇଁ ପିହୁ ମା’ଙ୍କ ନିବେଦନ

ବରୀ,୯ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ବିଞ୍ଝାରପୁର ଥାନା ଅଧୀନ ମଧୁସୂଦନପୁର ଗ୍ରାମର ପିହୁ ନାମ୍ନୀ ଜଣେ ୨ ବର୍ଷର ଶିଶୁ ୨୦୨୦ ଅଗଷ୍ଟ ୯ରେ ଗାଁ ଦାଣ୍ଡରେ ଖେଳୁଥିବାବେଳେ ନିଖୋଜ ହୋଇଯାଇଥିଲେ। ତାଙ୍କୁ ଅପହରଣ କରାଯାଇଥିବା ନେଇ ପିହୁଙ୍କ ମା’ ମୋନାଲିସା ନାୟକ ବିଞ୍ଝାରପୁର ଥାନାରେ ଉକ୍ତ ଦିନ ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁ କରି ନ ଥିଲା। ବାରମ୍ବାର ଥାନାକୁ ଦୌଡ଼ିବା ପରେ ଅଗଷ୍ଟ ୧୪ରେ ପୋଲିସ ଏକ ନିଖୋଜ ମାମଲା ରୁଜୁ କରି ଚୁପ୍‌ ବସି ପଡ଼ିଥିଲା। ଏହାପରେ ମୋନାଲିସା ନ୍ୟାୟ ପାଇଁ ଯାଜପୁର ଏସ୍‌ପି, ଜିଲାପାଳ, ପୋଲିସ ଡିଜି, ରାଜ୍ୟ ମହିଳା ଓ ଶିଶୁ ଆୟୋଗ, ରାଜ୍ୟପାଳଙ୍କ ନିକଟରେ ଗୁହାରି କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ପିହୁଙ୍କ ଅସ୍ତିତ୍ୱ ଜଣାପଡ଼ିନାହିଁ। ବିଞ୍ଝାରପୁର ପୋଲିସ ନ୍ୟାୟ ଦେବା ବଦଳରେ ମୋନାଲିସା ଓ ତାଙ୍କ ପରିବାର ଲୋକଙ୍କୁ ବାରମ୍ବାର ଥାନାକୁ ଡାକି ମାନସିକ ନିର୍ଯାତନା ଦେଉଛି। ଏନେଇ ଅଭିଯୋଗ କରିଥିଲେ ହେଁ କୌଣସି କାର୍ଯ୍ୟାନୁଷ୍ଠାନ ହେଲାନାହିଁ।

ତେଣୁ ସିବିଆଇ ଦ୍ୱାରା ପିହୁ ନିଖୋଜ ଘଟଣାର ତଦନ୍ତ କରାଯାଉ ନଚେତ ତାଙ୍କୁ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ଦିଆଯାଉ ବୋଲି ମୋନାଲିସା ରବିବାର ମାତୃଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ନିବେଦନ କରିଛନ୍ତି। ଉକ୍ତ ଚିଠିର ନକଲ ରାଷ୍ଟ୍ରପତି, ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି, ଓଡ଼ିଶା ରାଜ୍ୟପାଳ ଏବଂ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ନିକଟକୁ ସେ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri