ସଂସଦ ଭବନ ସମ୍ମୁଖରେ ଧାରଣା ଦେବେ ପିହୁଙ୍କ ମା’

ବିଞ୍ଝାରପୁର,୨୯ା୧୧(ଡି.ଏନ.ଏ.): ବହୁଚର୍ଚ୍ଚିତ ଶିଶୁକନ୍ୟା ଶୁଭଲକ୍ଷ୍ମୀ ନାୟକ ଓରଫ୍‌ ପିହୁ ନିଖୋଜ ଘଟଣାକୁ ଇତି ମଧ୍ୟରେ ୧୫ ମାସ ବିତିଲାଣି। ହେଲେ ଏ ପର୍ଯ୍ୟନ୍ତ ପୋଲିସ ତାଙ୍କ ପତ୍ତା ପାଇ ପାରୁନାହିଁି। ଏହାକୁ ନେଇ ପିହୁଙ୍କ ମା’ ମୋନାଲିସା ନାୟକ କ୍ଷୋଭ ପ୍ରକାଶ କରିଛନ୍ତି। ପିହୁଙ୍କୁ ପାଇବା ଦାବିରେ ସେ ଡିସେମ୍ବର ୫ରେ ସଂସଦ ଭବନ ସମ୍ମୁଖରେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଧୀନ ସୁନ୍ଦରପୁର ଗ୍ରାମର ଦେଢ଼ ବର୍ଷର ଶିଶୁକନ୍ୟା ପିହୁ ୨୦୨୦ ଅଗଷ୍ଟ ୯ରେ ଦାଣ୍ଡରେ ଖେଳୁଥିବା ବେଳେ ନିଖୋଜ ହୋଇ ଯାଇଥିଲେ। ଏ ସମ୍ପର୍କରେ ତାଙ୍କ ମା’ ବିଞ୍ଝାରପୁର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାକୁ ହାଲୁକା ଭାବେ ଗ୍ରହଣ କରିବା ସହ ନଂ.୨୨୮/୨୦ରେ ଏକ ଅପହରଣ ମାମଲା ରୁଜୁକରି ଚୁପ୍‌ ବସିଯାଇଥିଲା। ପରେ ଘଟଣାକୁ ନେଇ ବିଭିନ୍ନ ସଂଗଠନ ପୋଲିସ ଉପରେ ଚାପ ପକାଇବା ସହିତ ରାଜ୍ୟ ସରକାରଙ୍କୁ ଘେରିଥିଲେ। ହେଲେ ତାଙ୍କୁ କେବଳ ପ୍ରତିଶ୍ରୁତି ଛଡ଼ା ଆଉ କିଛି ମିଳିନାହିଁ ବୋଲି ସେ କହିଛନ୍ତି। ତେଣୁ ଝିଅକୁ ପାଇବା ଦାବିରେ ମୋନାଲିସା ଦିଲ୍ଲୀ ଯିବେ। ସେଠାରେ ଜାତୀୟ ମାନବାଧିକାର କମିଶନ, ଜାତୀୟ ମହିଳା କମିଶନ, ଜାତୀୟ ଶିଶୁ କମିଶନ ଏବଂ ଓଡ଼ିଶାର ୨ କେନ୍ଦ୍ରମନ୍ତ୍ରୀଙ୍କ ସମେତ ଅନ୍ୟ ଏମ୍‌ପିମାନଙ୍କୁ ଭେଟି ନିଜର ଦୁଃଖ ଜଣାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri