Posted inଜାତୀୟ

ସୁପ୍ରିମକୋର୍ଟରେ ପିଆଇଏଲ୍‌: ୧୪ରେ ଶୁଣାଣି

ନୂଆଦିଲ୍ଲୀ,୨ା୧୧: ଗୁଜରାଟର ମୋର୍‌ବିରେ ରବିବାର ବ୍ରିଟିଶ ଅମଳର ଝୁଲାପୋଲ ଭୁଶୁଡ଼ିବା ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ସୁପ୍ରିମକୋର୍ଟରେ ମଙ୍ଗଳବାର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଖଲ ହୋଇଛି। ମାଛୁ ନଦୀ ଉପରେ ନିର୍ମିତ ପ୍ରାୟ ୧୫୦ ବର୍ଷ ପୁରୁଣା ବ୍ରିଜ୍‌ରେ କେଉଁ କାରଣରୁ ଦୁର୍ଘଟଣା ଘଟି ୧୩୪ ଜଣଙ୍କ ମୃତ୍ୟୁ ଘଟିଲା ତାହାର ତଦନ୍ତ ଲାଗି ଏକ ନ୍ୟାୟିକ କମିଶନ ଗଠନ କରାଯାଉ। ସୁପ୍ରିମକୋର୍ଟଙ୍କ ଜଣେ ଅବସରପ୍ରାପ୍ତ ବିଚାରପତି ଉକ୍ତ ପ୍ୟାନେଲର ଅଧ୍ୟକ୍ଷତା କରନ୍ତୁ ବୋଲି ଆଇନଜୀବୀ ବିଶାଳ ତିଓ୍ବାରୀ ନିଜ ପିଟିଶନରେ ଉଲ୍ଲେଖ କରିଛନ୍ତି। ଏଥିରେ ସେ ବ୍ରିଜ୍‌ ଭୁଶୁଡ଼ିବା ଘଟଣା ପାଇଁ ସରକାରୀ ବିଫଳତାକୁ ଦାୟୀ କରିଛନ୍ତି। ଗତ ଦଶନ୍ଧିରେ ଦେଶରେ ପରିଚାଳନାଗତ ତ୍ରୁଟି, କର୍ତ୍ତବ୍ୟରେ ଅବହେଳା, ରକ୍ଷଣାବେକ୍ଷଣର ଅଭାବ ଆଦି ଯୋଗୁ ଅନେକ ସ୍ଥାନର ଅଘଟଣ ଘଟି ବହୁ ଲୋକ ମୃତାହତ ହୋଇଛନ୍ତି, ଯାହାକୁ ଏଡ଼ାଯାଇ ପାରିଥାଆନ୍ତା ବୋଲି ଏଥିରେ କୁହାଯାଇଛି। ସିଜେଇ ୟୁ.ୟୁ. ଲଲିତଙ୍କ ଖଣ୍ଡପୀଠ ନଭେମ୍ବର ୧୪ରେ ଏହାର ଶୁଣାଣି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri