ବିକାଶ ଅପେକ୍ଷାରେ ପିଲାସାଲୁଙ୍କି ଡ୍ୟାମ୍‌

ବଲସକୁମ୍ପା, ୪।୧ (ଡି.ଏନ୍‌.ଏ): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ଅଧୀନରେ ଥିବା ପିଲାସାଲୁଙ୍କି ଡ୍ୟାମ ଓ ପୁରୁଣାପାଣି ଡ୍ୟାମଠାରେ ନୂଆବର୍ଷ ପାଇଁ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। କିଏ ବଣଭୋଜିର ତ ଆଉ କିଏ ଡ୍ୟାମ୍‌ରେ ଗାଧୋଇବା ସହିତ ମନୋରମ ପରିବେଶର ମଜା ନେଉଛନ୍ତି। ତେବେ ଏହି ଦୁଇ ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ଆଜି ପର୍ଯ୍ୟନ୍ତ ପର୍ଯ୍ୟଟନ ବିଭାଗ କି ଜିଲା ପ୍ରଶାସନର ଦୃଷ୍ଟି ପଡ଼ିନାହିଁ। ପିଲାସାଲୁଙ୍କି ଡ୍ୟାମକୁ ଯିବା ପାଇଁ ଥିବା ରାସ୍ତାର ଅବସ୍ଥା ଦେଖିଲେ ଏହା ସ୍ପଷ୍ଟ ବାରି ହୋଇପଡ଼ିବ।
କନ୍ଧମାଳ ଜିଲାର ଏକ ପ୍ରମୁଖ ଜଳ ଭଣ୍ଡାର ହେଲା ପିଲାସାଲୁଙ୍କି ଡ୍ୟାମ। ଏହି ଡ୍ୟାମରୁ ଚାଷୀମାନଙ୍କ ଜମିକୁ ମଧ୍ୟ ଜଳ ଯୋଗାଯାଇଥାଏ। ଏଠାରେ ଅନାଦି କାଳରୁ ରହିଛି ପ୍ରସିଦ୍ଧ ମା’ ବରାଳ ଦେବୀଙ୍କ ମନ୍ଦିର ବଲସକୁମ୍ପା। ଯିଏ ବି ଫୁଲବାଣୀ ଆସନ୍ତି ମା’ ବରାଳ ଦେବୀଙ୍କ ଦର୍ଶନ କରିବା ସହିତ ପିଲାସାଲୁଙ୍କି ଏବଂ ପୁରୁଣାପାଣି ଡ୍ୟାମ ପରିଦର୍ଶନ କରନ୍ତି । ସେହିପରି ନୂଆବର୍ଷ ଆସିଲେ ଏଠାରେ ବଣଭୋଜିର ମଜା ନିଅନ୍ତି ପର୍ଯ୍ୟଟକ। କିନ୍ତୁ ପରିତାପର ବିଷୟ ଯେ, ଏହି ସ୍ଥାନର ବିକାଶ ପାଇଁ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଡ୍ୟାମ ନିକଟକୁ ଯିବା ପାଇଁ ରାସ୍ତାର ଅବସ୍ଥା ଅତ୍ୟନ୍ତ ଶୋଚନୀୟ। ଖାଲ ଖମାରେ ଭର୍ତ୍ତି ହୋଇଥିବା ବେଳେ ରାସ୍ତାରେ ଜଙ୍ଗଲ ଭଳି ମାଡ଼ିରହିଛି ଅନାବନା ଗଛ। ଡ୍ୟାମ ନିକଟରେ ପାନୀୟ ଜଳର ବ୍ୟବସ୍ଥା ନାହିଁ। ଗୋଟିଏ ନଳକୂପ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ସଫାସୁତୁରା ହେଉନଥିବାରୁ ଚାରିଆଡ଼େ ପ୍ଲାଷ୍ଟିକ ପ୍ଲେଟ, ଗ୍ଲାସ ଓ ଭଙ୍ଗା ମଦ ବୋତଲ ପଡ଼ିଛି। ଲାଇଟ୍‌ ବ୍ୟବସ୍ଥା ବି ନାହିଁ । ସୁରକ୍ଷା ବ୍ୟବସ୍ଥା ବି ଶୂନ। କହିବାକୁ ଗଲେ ପୂରା ଅବ୍ୟବସ୍ଥା ଘେରରେ ରହିଛି ପିଲାସାଲୁଙ୍କି ଡ୍ୟାମ। ୨୦୨୦ ନୂଆବର୍ଷରେ ବଣଭୋଜି କରିବାକୁ ଆସି ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଥିଲା। ତେଣୁ ପର୍ଯ୍ୟଟନ ବିଭାଗ ଓ ଜିଲା ପ୍ରଶାସନ ଦୃଷ୍ଟି ଦେଇ ଏହି ସ୍ଥାନର ବିକାଶ କଲେ ଆଗାମୀ ଦିନରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧିପାଇବ ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri