ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…

ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ଭୟଙ୍କର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଗୁରୁତର ହୋଇଥିବା ସୂଚନା ରହିଛି ।

ଖବର ଅନୁସାରେ, ଶୁକ୍ରବାର ସକାଳ ୫ ଟା ସମୟରେ କଲିକତାରୁ ପୁରୀ ଯାଉଥିବା ତ୍ରୀର୍ଥଯାତ୍ରୀ ବସ୍ (ଏପି ୨୫ ଡବ୍ଲୁ ୯୯୨୯ )ନମ୍ବର ବସଟିର ଡ୍ରାଇଭରଙ୍କ ଆଖି ଲାଗି ଯାଇଥିଲା । ଫଳରେ ବସଟି ଭାରସାମ୍ୟ ହରାଇ ଓଭରବ୍ରିଜ ଡାଇଭରସନରେ ପିଟି ହୋଇଥିଲା । ତେବେ ବସଟି ବ୍ରିଜ ଉପରେ ଝୁଲି ରହିଥିଲା । ବସର ଇଞ୍ଜିନ ଡାଇଭରସନରେ ପିଟି ହେବା ଫଳରେ ଡ୍ରାଇଭର ଜଣକ ବ୍ରିଜ ତଳକୁ ଖସି ପଡିଥିଲେ । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା ।

ବସରେ ମୋଟ ୪୦ ଜଣ ତ୍ରୀର୍ଥଯାତ୍ରୀ ମହିଳା ପୁରୁଷ ପିଲା ଥିଲେ। ସେମାନଙ୍କ ମଧ୍ୟରୁ ୧୦ ଜଣ ଗୁରୁତର ହୋଇଥିବା ବେଳେ ପ୍ରଥମେ ଖନ୍ତାପଡ଼ା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଥିଲା। ସେଠାରେ ସେମାନଙ୍କର ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ବାଲେଶ୍ୱର ଫକୀର ମୋହନ ମେଡିକାଲ କାକେଜକୁ ସ୍ଥାନାନ୍ତରିତ କରାଯାଇଛି। ସମସ୍ତ ତ୍ରୀର୍ଥଯାତ୍ରୀମାନଙ୍କ ଘର ଆନ୍ଧ୍ରପ୍ରଦେଶର ଜେନାରୁଲାମ ଜିଲାର ବୋଲି ଜଣାପଡିଛି । ସମସ୍ତେ କଲିକତା କାଳୀ, ଗଙ୍ଗା ଆଦି ବୁଲି ପୁରୀ ଜଗନ୍ନାଥ ଦର୍ଶନ ପରେ ଆନ୍ଧ୍ର ଫେରିଥାନ୍ତେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?