ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଗାଡ଼ିରେ ବସିଥିବା ୧୭ ଜଣ ଗୁରୁତର ହୋଇଛନ୍ତି l ସେମାନଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଅଞ୍ଚଳବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ଆମ୍ବୁଲାନ୍ସରେ କିଶୋରନଗର ମେଡିକାଲରେ ଭର୍ତ୍ତି କରାଯାଇଛି।

ଘଟଣାରୁ ଜଣାପଡ଼ିଛି ଯେ, ଭୁବନେଶ୍ୱରରୁ ସମ୍ବଲପୁର ସମଲେଇ ଦର୍ଶନ କରିବା ପାଇଁ ୧୭ ଜଣ ଯାତ୍ରୀଙ୍କୁ ନେଇ ଓଡି ୦୨ ସିଏମ୍‌ ୫୫୭୧ ଏକ ଟୁରିଷ୍ଟ ଗାଡ଼ିରେ ଯାଉଥିବା ବେଳେ ଚାଳକ ଭାରସାମ୍ୟ ହରାଇ ପଡ଼ିବାରୁ ଡିଭାଇଡରରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା l ଖବର ପାଇ ବଇଣ୍ଡା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Share