Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ କଥା ମାନୁ ନାହାନ୍ତି ପାଇଲଟ, ପୁଣି ସଙ୍କଟ, ଭାଜପା ପାଇଁ ନୂଆ ସୁଯୋଗ…

ଜୟପୁର, ୧୭।୮ : ରାଜସ୍ଥାନ ଜାଲୋରରେ ଜଣେ ଦଳିତ ଛାତ୍ରଙ୍କ ମୃତ୍ୟୁକୁ ନେଇ ପୁଣି ଥରେ ରାଜ୍ୟ ରାଜନୀତିରେ ବିବାଦ ସୃଷ୍ଟି ହୋଇଛି। ଭାରତୀୟ ଜନତା ପାର୍ଟି ଏବଂ ବହୁଜନ ସମାଜବାଦୀ ପାର୍ଟି (ଭଳି ବିରୋଧୀ ରାଜସ୍ଥାନ ସରକାରଙ୍କୁ ଘେରିଛନ୍ତି। ଏପରିସ୍ଥଳେ କଂଗ୍ରେସ ସରକାରରେ ଆଭ୍ୟନ୍ତରୀଣ ମତଭେଦ ମଧ୍ୟ ସାମ୍ନାକୁ ଆସିଛି। କଂଗ୍ରେସ ବିଧାୟକ ପାନଚାନ୍ଦ ମେଘୱାଲ ଦଳିତଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ରୋକିବାରେ ବିଫଳ ହୋଇଥିବା ଅଭିଯୋଗ କରି ଇସ୍ତଫା ଦେଇଥିବାବେଳେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ପୀଡିତ ପରିବାରଙ୍କ ଘରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ପାଇଁ ସଙ୍କଟ ସୃଷ୍ଟି କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ କଥା ପାଇଲଟ ମାନୁ ନଥିବା ଏଥିରୁ ସ୍ପଷ୍ଟ ହୋଇଥିବା ରାଜନୈତିକସ୍ତରରେ ଚର୍ଚ୍ଚା ହେଉଛି। ପାଇଲଟ କେବଳ ପୋଲିସ ଉପରେ ପ୍ରଶ୍ନ ଉଠାଇ ନାହାଁନ୍ତି ବରଂ ଅନ୍ୟ ରାଜ୍ୟରେ ମଧ୍ୟ ଅପରାଧିକ ଘଟଣା ଘଟେ ବୋଲି କହିଥିବା ଗେହଲଟଙ୍କ ଯୁକ୍ତିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ପାଇଲଟ ଏବଂ ଗେହଲଟଙ୍କ ମଧ୍ୟରେ ହେଉଥିବା ଆରୋପ ପ୍ରତ୍ୟାରୋପ ମଧ୍ୟରେ ଭାଜପା ପାଇଁ ପୁଣି ଥରେ ନୂଆ ସୁଯୋଗ ସୃଷ୍ଟି ହୋଇଥିବା କୁହାଯାଉଛି।

ପାଇଲଟଙ୍କ ଏଭଳି କାର୍ଯ୍ୟ ପରେ କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ଗେହଲଟଙ୍କୁ ଘେରିଛନ୍ତି। ସେ କହିଛନ୍ତି, କେବଳ ସଚିନ ପାଇଲଟ ନୁହନ୍ତି କଂଗ୍ରେସ ଦଳର ଅନ୍ୟ ନେତାଙ୍କର ମଧ୍ୟ ବିବେକ ଜାଗ୍ରତ ହେବ। ବେଳେବେଳେ ଭାରତ ସିଂ କିଛି କୁହନ୍ତି ଏବଂ ବେଳେବେଳେ ସଚିନ ପାଇଲଟ କୁହନ୍ତି। କିନ୍ତୁ ମୁଖ୍ୟମନ୍ତ୍ରୀ ସର୍ବସାଧାରଣରେ ନିଜର ନେତାମାନଙ୍କୁ ପରିହାସ କରନ୍ତି ବୋଲି ଗଜେନ୍ଦ୍ର କହିଛନ୍ତି।

ତେବେ ଦଲିତ ଛାତ୍ରଙ୍କ ମୃତ୍ୟୁକୁ ନେଇ ପାଇଲଟ କହିଛନ୍ତି ଯେ ଆଇନ ପ୍ରତି ସମସ୍ତଙ୍କର ଭୟ ରହିବା ଉଚିତ ଏବଂ ଦଳିତଙ୍କ ମଧ୍ୟରେ ବିଶ୍ୱାସର ଭାବନା ସୃଷ୍ଟି କରିବାର ଆବଶ୍ୟକତା ରହିଛି। ପିଲାଟିକୁ ଜୀବନ୍ତ ଅଣାଯାଇପାରିବ ନାହିଁ କିନ୍ତୁ ଏକ ଉଦାହରଣ ଦିଆଯାଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri