Posted inଜାତୀୟ

ଅଲୋଡ଼ା ପାଇଲଟ୍‌: ଅପରେଶନ୍‌ ଲୋଟସ୍‌-୨ରୁ ଦୂରରେ !

ଜୟପୁର, ୨୦।୯: ରାଜସ୍ଥାନରେ କଂଗ୍ରେସ ସରକାର ପାଇଁ ପୁଣି ସମସ୍ୟା ସୃଷ୍ଟି କରିବା ଲାଗି ଭାଜପା ପୁଣି ଅଣ୍ଟା ଭିଡ଼ିବା ଆରମ୍ଭ କରିଛି। ଏଥିରେ ଭାଜପା ହାଇକମାଣ୍ଡ ବସୁନ୍ଧରା ରାଜେ ସିନ୍ଧିଆଙ୍କୁ ଫ୍ରି ହ୍ୟାଣ୍ଡ୍‌ ଦେଇଛନ୍ତି। ଏବେ ବସୁନ୍ଧରାଙ୍କ ନେତୃତ୍ୱରେ ରାଜସ୍ଥାନରେ ଅପରେଶନ୍‌ ଲୋଟସ୍‌ ପାର୍ଟ-୨ ପାଇଁ ଭାଜପା ସଜବାଜ ହେବାକୁ ଆରମ୍ଭ କରିଛି। ଏନେଇ ବସୁନ୍ଧରା ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ସହିତ ସାକ୍ଷାତ୍‌ ମଧ୍ୟ କରି ସାରିଛନ୍ତି। ବିଗତ ଦିନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ପାଇଁ ସମସ୍ୟା ସୃଷ୍ଟି କରିଥିବା ସଚିନ ପାଇଲଟ୍‌ଙ୍କ ସହିତ କୌଣସି ଯୋଗାଯୋଗ ନେଇ ବସୁନ୍ଧରା ବାରଣ କରିଛନ୍ତି। ବସୁନ୍ଧରାଙ୍କ ଶିବିରର ସଦସ୍ୟଙ୍କୁ ଏନେଇ ସତର୍କ ସୂଚନା ମଧ୍ୟ ଜାରି ହୋଇଥିବା କୁହାଯାଉଛି। ରାଜ୍ୟରେ ଦଳରେ ଉପରେ ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଆଣିବାକୁ ବସୁନ୍ଧରା ଚାହୁଁଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୁସ୍ଥ ହେଲେ ଅପରେଶନ୍‌ ଲୋଟସ୍‌-୨ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ପୂର୍ବରୁ ପାଇଲଟ୍‌ଙ୍କୁ ନେଇ ନଡ୍ଡା, ରାଜନାଥ ସିଂ ଏବଂ ନୀତିନ ଗଡ଼କରୀଙ୍କ ସମର୍ଥନକୁ ବସୁନ୍ଧରା ବିରୋଧ କରିଥିଲେ। ଏବେ ମଧ୍ୟ ଅପରେଶନ୍‌ ଲୋଟସ୍‌-୨ରେ ସଚିନ୍‌ଙ୍କ ଶିବିରର ସଦସ୍ୟଙ୍କ ଉପସ୍ଥିତି ନେଇ ବସୁନ୍ଧରା ନିଜ ନିଷ୍ପତ୍ତିରେ ଅଟଳ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri