୪ ଜିଲାରେ ପାଇଲଟ୍‌ ପ୍ରକଳ୍ପ

ଭୁବନେଶ୍ୱର,୩।୮(ବ୍ୟୁରୋ): କୃଷକଙ୍କ ଆୟ ବହୁଗୁଣିତ କରିବା ନିମନ୍ତେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ‘ବୃହତ୍‌ ଉଠାଜଳସେଚନ ପ୍ରକଳ୍ପରେ ଫସଲ ବିବିଧୀକରଣ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସୋମବାର କୃଷିଭବନଠାରେ ବିଭାଗୀୟ ମନ୍ତ୍ରୀ ଅରୁଣ କୁମାର ସାହୁ ଏହାର ଉଦ୍‌ଘାଟନ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଆଦି ୪ ଜିଲାରେ ପାଇଲଟ ପ୍ରକଳ୍ପ ଭାବେ ଏହା କାର୍ଯ୍ୟକାରୀ ହେବ। ମୋଟ ୭ ବ୍ଲକ୍‌ର ୨୭ ଗ୍ରାମ ପଞ୍ଚାୟତର ୧୦୧ ଗ୍ରାମର ୧୬ହଜାର ଚାଷୀ ଉପକୃତ ହେବେ। ୧୮ଟି ବୃହତ୍‌ ଉଠାଜଳସେଚନ ପ୍ରକଳ୍ପ ଅନ୍ତର୍ଗତ ୧୨,୨୦୭ ହେକ୍ଟର ଜମିରୁ ୩,୩୪୩ ହେକ୍ଟର ଡାଲିଜାତୀୟ ଫସଲ, ୩,୭୪୫ ହେକ୍ଟର କପା ଫସଲ, ୯୨୮ ହେକ୍ଟର ତୈଳବୀଜ, ୨,୪୫୧ ହେକ୍ଟର ମକା, ୧,୩୨୨ ହେକ୍ଟର ମାଣ୍ଡିଆ ଏବଂ ୪୧୮ ହେକ୍ଟର ପନିପରିବା ଚାଷ କରିବା ପାଇଁ ଯୋଜନା ରହିଛି। ଏଥିପାଇଁ ୧୬.୭୩ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଏହି ଯୋଜନାରେ ଫସଲର ବିବିଧୀକରଣ କରି ଅଣଧାନ ଚାଷ କରୁଥିବା ସମସ୍ତ ଚାଷୀଙ୍କୁ ୩ ବର୍ଷ ପାଇଁ ଡିବିଟି ମାଧ୍ୟମରେ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ। ଜୈବିକ କୃଷି ସାମଗ୍ରୀ ଉତ୍ପାଦନ, ଅମଳ ପରବର୍ତ୍ତୀ କାର୍ଯ୍ୟ, ପ୍ରାଥମିକ ପ୍ରକ୍ରିୟାକରଣ, ମୂଲ୍ୟଯୁକ୍ତ ଦ୍ରବ୍ୟ ପ୍ରସ୍ତୁତ ଏବଂ ବିପଣନ କାର୍ଯ୍ୟ ପାଇଁ ୩୬ଟି ଗୋଷ୍ଠୀଭିତ୍ତିକ ସଙ୍ଗଠନକୁ ପ୍ରୋତ୍ସାହିତ କରାଯିବ। ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ମାଧ୍ୟମରେ କୃଷକଙ୍କୁ ତାଲିମ ଦିଆଯିବ। ଏହି ଯୋଜନାରେ ଅଣଧାନ ଫସଲ ଚାଷ, ମୃତ୍ତିକା ସ୍ବାସ୍ଥ୍ୟ ସଂରକ୍ଷଣ, ପୁଷ୍ଟି ବିବିଧୀକରଣ ଓ ଜଳ ବିନିଯୋଗ ଦକ୍ଷତା ବୃଦ୍ଧି ଆଦିର ଉପକାରିତା ସମ୍ବନ୍ଧରେ ବ୍ୟାପକ ଜନସଚେତନତାର ବ୍ୟବସ୍ଥା କରାଯାଇଛି।
ଏହି ଅବସରରେ ମନ୍ତ୍ରୀ ସାହୁ ଡିବିଟି ମାଧ୍ୟମରେ ଚାଷୀଙ୍କୁ ରିହାତି ପ୍ରଦାନ ନିମନ୍ତେ ‘ଡିବିଟି ଇନ୍‌ପୁଟ୍‌ ଓଡ଼ିଶା ପୋର୍ଟାଲ୍‌’ର ଶୁଭାରମ୍ଭ କରିଥିଲେ। ସେ କହିଲେ, ଚଳିତ ୨୦୨୧-୨୨ ବର୍ଷରେ ଚାଷୀଙ୍କୁ ବିଭିନ୍ନ ପ୍ରକାର କୃଷି ଉପାଦାନ ଯଥା ଅଣୁସାର, ଜୀବାଣୁସାର, କୀଟନାଶକ ଆଦିର କ୍ରୟ ପାଇଁ ଦିଆଯାଉଥିବା ରିହାତିକୁ ଡିବିଟି ମାଧ୍ୟମରେ ଚାଷୀଙ୍କ ବ୍ୟାଙ୍କ ଜମାଖାତାରେ ସିଧାସଳଖ ପ୍ରଦାନ କରାଯିବ। ଚାଷୀମାନେ ସରକାରୀ ଲାଇସେନ୍ସପ୍ରାପ୍ତ ବିକ୍ରେତାଙ୍କଠାରୁ କୃଷି ଉପାଦାନ କ୍ରୟ କରିପାରିବେ। ‘ମୋ ସରକାର’ କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ଏହି ବ୍ୟବସ୍ଥାକୁ ମୋବାଇଲ୍‌ ଆପ୍‌ ଓ ୱେବ୍‌ ପୋର୍ଟାଲ ମାଧ୍ୟମରେ କାର୍ଯ୍ୟକାରୀ କରାଯିବ। ଏହାଦ୍ୱାରା କୃଷକ କଲ୍ୟାଣକାରୀ ଯୋଜନାରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ରହିବ ବୋଲି ମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି। କାର୍ଯ୍ୟକ୍ରମରେ କୃଷି ଉତ୍ପାଦନ କମିଶନର ରାଜକୁମାର ଶର୍ମା, ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ଶାସନ ସଚିବ ଆର୍‌. ରଘୁପ୍ରସାଦ, ଓୟୁଏଟି କୁଳପତି ପବନ କୁମାର ଅଗ୍ରୱାଲ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଏମ୍‌. ମୁଥୁକୁମାର, ଉଦ୍ୟାନକୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ହେମନ୍ତ କୁମାର ପଣ୍ଡା ଉପସ୍ଥିତ ଥିଲେ। ବିଭିନ୍ନ ଜିଲାର କୃଷି ଅଧିକାରୀ ଓ ଚାଷୀମାନେ ଭର୍ଚୁଆଲରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?