ବିମାନ ଅବତରଣ କରାଇବାକୁ ଭୁଲିଗଲେ ପାଇଲଟ

ଆଡିସ୍‌ ଆବାବା,୧୯।୮: ଇଥିଓପିଆ ଏୟାରଲାଇନ୍ସର ଏକ ବିମାନରେ ଅଭାବନୀୟ ଘଟଣା ଘଟିଛି। ୩୭,୦୦୦ ଫୁଟ୍‌ ଉଚ୍ଚରେ ବିମାନଟି ଉଡ଼ାଣ ଭରିଥିବା ବେଳେ ପାଇଲଟ ଅବତରଣ କରିବାକୁ ଭୁଳିଯାଇଥିଲେ। କାରଣ ୨ପାଇଲଟ ବିମାନରେ ଶୋଇପଡ଼ିଥିଲେ। ଗତ ସୋମବାର ଏହି ଘଟଣା ଘଟିଥିଲା। ସୂଚନାଯୋଗ୍ୟ, ସୁଡାନର ଖର୍ତୁମ୍‌ରୁ ଇଥିଓପିଆ ରାଜଧାନୀ ଆଡିସ୍‌ ଆବାବା ଅଭିମୁଖେ ଇଟି୩୪୩ ବିମାନଟି ଯାଉଥିଲା। ବିମାନବନ୍ଦର ଉପରେ ପହଞ୍ଚତ୍ଥିଲେ ହେଁ ଅବତରଣ ପ୍ରକ୍ରିୟା ଆରମ୍ଭ ନ କରିବାରୁ ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲ(ଏଟିଏସ୍‌) ପକ୍ଷରୁ ସତର୍କ ସୂଚନା ଦିଆଯାଇଥିଲା। ପାଇଲଟ ଶୋଇଥିବା ବେଳେ ବୋଇଂ ୭୩୭ ବିମାନର ଅଟୋପାଇଲଟିଂ ସିଷ୍ଟମ ଏହାକୁ ୩୭,୦୦୦ ଫୁଟ୍‌ ଉଚ୍ଚରେ ଉଡ଼ାଇ ରଖିଥିଲା। ଏଟିସି କର୍ତ୍ତୃପକ୍ଷ ପାଇଲଟ୍‌ମାନଙ୍କ ସହ ଯୋଗାଯୋଗ କରିବାକୁ ଏକାଧିକ ଥର ଉଦ୍ୟମ କରି ବିଫଳ ହୋଇଥିଲେ। ଯେତେବେଳେ ବିମାନଟି ଓହ୍ଲାଇବାକୁ ଥିବା ବିମାନବନ୍ଦର ଅତିକ୍ରମ କରିଗଲା, ସେତେବେଳେ ଅଟୋପାଇଲଟ ସଂଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଫଳରେ ବିମାନରେ ଆଲାର୍ମ ବାଜିବାରୁ ପାଇଲଟମାନେ ଉଠିପଡ଼ିଥିଲେ। ସେମାନେ ୨୫ ମିନିଟ ବିଳମ୍ବରେ ବିମାନଟିକୁ ରନ୍‌ଓ୍ବେରେ ଅବତରଣ କରାଇଥିଲେ। ସୌଭାଗ୍ୟବଶତଃ ବିମାନଟି ନିରାପଦରେ ଅବତରଣ କରିଥିଲା ଓ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ତେବେ ଏହା ଅତ୍ୟନ୍ତ ଉଦ୍‌ବେଗଜନକ ଘଟଣା ବୋଲି ବିମାନ ଚଳାଚଳ ବିଶ୍ଳେଷକ ଆଲେକ୍ସ ମାଚେରାସ୍‌ କହିଛନ୍ତି। ପାଇଲଟଙ୍କ ଉପରେ ଅତ୍ୟଧିକ କାମ ଚାପ ଯୋଗୁ ସେମାନେ ଥକିପଡ଼ି ଶୋଇଯାଉଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

ସ୍ୱାଧୀନତା ଦିବସରେ ୩୫୦ ଟଙ୍କା ତେଲ ଦର! ଦେଶରେ ପଡିଲା ଚହଳ…

ଇସଲାମାବାଦ୍‌,୧୪।୮: ପାକିସ୍ତାନରେ ଆଜି ଅର୍ଥାତ୍ ଅଗଷ୍ଟ ୧୪ ତାରିଖରେ ୭୯ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି। ଖବର ଅନୁଯାୟୀ, ପାକିସ୍ତାନରେ ସ୍ୱାଧୀନତା ଦିବସ ଅବସରରେ ପେଟ୍ରୋଲ-ଡିଜେଲ ଦର…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri