Posted inଜାତୀୟ

‘ପାଇଲଟଙ୍କ ତ୍ରୁଟିରୁ ହୋଇଥିଲା ଦୁର୍ଘଟଣା’

ମୁମ୍ବାଇ, ୧୩।୯: ପାଇଲଟଙ୍କ ତ୍ରୁଟି ଏବଂ ସମ୍ଭବତଃ ସୁରକ୍ଷା ଗାଇଡ୍‌ଲାଇନ ଅନୁପାଳନ କରିବାରେ ବିଫଳତାରୁ ଗତବର୍ଷ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୨୧ ଜଣ ପ୍ରାଣ ହରାଇଥିଲେ। ୧୦ ବର୍ଷ ମଧ୍ୟରେ ଏହା ଭାରତରେ ସବୁଠୁ ମର୍ମନ୍ତୁଦ ଦୁର୍ଘଟଣା ଥିଲା ବୋଲି ତଦନ୍ତ ରିପୋର୍ଟରେ କୁହାଯାଇଛି। କରୋନା ମହାମାରୀ ଯୋଗୁ ଦୁବାଇରେ ଅଟକି ରହିଥିବା ଭାରତୀୟଙ୍କୁ ଗତବର୍ଷ ଅଗଷ୍ଟ ୮ରେ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ର ବୋଇଂ ୭୩୭ ବିମାନ ଫେରାଇ ଆଣୁଥିଲା। କେରଳର କାଲିକଟ୍‌ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ ବେଳେ ବିମାନଟି ଟେବୁଲ-ଟପ୍‌ ରନ୍‌ଓ୍ବେ ବାହାରକୁ ଚାଲିଯାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପାଇଲଟ ଉଡ଼ାଣର ଷ୍ଟାଣ୍ଡାର୍ଡ ଅପରେଶନ ପ୍ରୋସିଜୁଅରକୁ ନ ମାନିବା ଦୁର୍ଘଟଣାର ସମ୍ଭାବ୍ୟ କାରଣ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଦୁର୍ଘଟଣା ତଦନ୍ତ ବ୍ୟୁରୋ ରିପୋର୍ଟରେ କୁହାଯାଇଛି। ଟଚ୍‌ଡାଉନ୍‌ ଜୋନ୍‌ ବାହାରେ ପାଇଲଟ ବିମାନକୁ ଅବତରଣ କରାଇଥିଲେ ବୋଲି ତଦନ୍ତକାରୀ ସଂସ୍ଥା ୨୫୭ ପୃଷ୍ଠାର ରିପୋର୍ଟରେ କହିଛି। ଅବତରଣ ବେଳେ ପାଇଲଟ୍‌ଙ୍କୁ ଚକ୍କର କାଟିବାକୁ ପରାମର୍ଶ ଦିଆଯାଇଥିଲେ ମଧ୍ୟ ସେ ତାହା ପାଳନ କରି ନ ଥିଲେ। ବିମାନରେ ଥିବା ଅନ୍ୟତମ ପାଇଲଟ ମଧ୍ୟ ଏହାକୁ ନିୟନ୍ତ୍ରଣକୁ ନେବାରେ ଓ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାରେ ବିଫଳ ହୋଇଥିଲେ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri