Posted inଜାତୀୟ

ରାଜସ୍ଥାନର ଗେହଲୋଟ ସରକାରଙ୍କ ବିରୋଧରେ ପାଇଲଟଙ୍କ ହଙ୍ଗର ଷ୍ଟ୍ରାଇକ…

ଜୟପୁର,୯।୪ : ରାଜସ୍ଥାନ କଂଗ୍ରେସରେ ପୁଣି ଏକ ନୂଆ ଝଡ଼ ସୃଷ୍ଟି ହେବାକୁ ଯାଉଛି। କଂଗ୍ରେସ ନେତା ତଥା ରାଜ୍ୟର ପୂର୍ବତନ ଉପପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଏପ୍ରିଲ ୧୧ ରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ନେତୃତ୍ୱାଧୀନ ସରକାରଙ୍କ ବିରୋଧରେ ହଙ୍ଗର ଷ୍ଟ୍ରାଇକରେ ବସିବାକୁ ନିଷ୍ପତ୍ତି ନେଇଛନ୍ତି। ରବିବାର ଏକ ଖବରଦାତା ସମ୍ମିଳନୀରେ ପାଇଲଟ କହିଛନ୍ତି, ପୂର୍ବ ବସୁନ୍ଧରା ରାଜେ ସରକାରଙ୍କ ବିରୋଧରେ ଆସିଥିବା ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଅଶୋକ ଗେହଲୋଟଙ୍କୁ ନିବେଦନ କରିଛନ୍ତି। କିନ୍ତୁ ଏପର୍ଯ୍ୟନ୍ତ ତାଙ୍କ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ।

ବସୁନ୍ଧରାଙ୍କ ବିରୋଧରେ ସେ ଏବଂ ଗେହଲୋଟ ଏକାଠି ଏହି ଅଭିଯୋଗ ଆଣିଥିଲେ। କଂଗ୍ରେସ ଦଳର ତତ୍କାଳୀନ ରାଜ୍ୟ ଅଧ୍ୟକ୍ଷ ଭାବରେ ମୁଁ କିଛି ଅଭିଯୋଗ କରିଥିଲି। ମୁଁ ପ୍ରତିଶୋଧ ରାଜନୀତିରେ ବିଶ୍ୱାସ କରେ ନାହିଁ। କିନ୍ତୁ ବିରୋଧୀ ଦଳ ଭାବେ ଆମର କିଛି ବିଶ୍ୱସନୀୟତା ଥିଲା ଏବଂ ସେଥିପାଇଁ ଆମେ କ୍ଷମତାକୁ ଆସିଥିଲୁ। ରାଜ୍ୟରେ ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଁ ପ୍ରତିଶ୍ରୁତିବଦ୍ଧ। ସେଥିପାଇଁ ମୁଁ ହଙ୍ଗର ଷ୍ଟ୍ରାଇକ କରିବି। ଜନସାଧାରଣ ଅନୁଭବ କରୁଛନ୍ତି ଆମେ କୌଣସି କାର୍ଯ୍ୟ କରୁ ନାହୁଁ । ଆମେ ଆମର ପ୍ରତିଶ୍ରୁତି ପୂରଣ କରୁନାହୁଁ। ତେଣୁ ମୁଁ ଏଭଳି କରିବାକୁ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri