Posted inଜାତୀୟ

ପାଇଲଟଙ୍କ ବିମାନ ପୁଣିଥରେ କଂଗ୍ରେସ ରନ୍‌ଓ୍ବେ ମୁହାଁ

ଜୟପୁର,୧୦।୮: ରାଜସ୍ଥାନରେ ଲାଗି ରହିଥିବା ରାଜନୈତିକ ସଙ୍କଟ ଏବେ ଶେଷ ହେବା ଭଳି ଦେଖାଯାଉଛି। ରାଜସ୍ଥାନ ସରକାରକୁ ଭାଙ୍ଗିବାର ସୂତ୍ରଧର ସାଜିଥିବା ଓ ବିଧାୟକଙ୍କୁ କିଣାବିକା କରିଥିବା ଅଭିଯୋଗ ଆସିଥିବା ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଏବେ କଂଗ୍ରେସର ଶୀର୍ଷ ନେତାଙ୍କ ସହ ସମ୍ପର୍କ ରଖିଥିବା ସୂଚନା ମିଳିଛି। ପାଇଲଟ ଏବେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସହ ସାକ୍ଷାତ୍‌ କରିବାକୁ ସମୟ ମାଗିଥିବା ଜଣାପଡିଛି। ଅନ୍ୟପଟେ ରାଜସ୍ଥାନ କଂଗ୍ରେସର ବିଧାୟକମାନେ ପାଇଲଟ ଓ ଅସନ୍ତୁଷ୍ଟ ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ସୂଚନାଯୋଗ୍ୟ, ରାଜସ୍ଥାନ ବିଧାନସଭାର ଅଧିବେଶନ ୧୪ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଓ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ମଧ୍ୟରେ ଥିବା ଦୂରତା କମ୍‌ ହେବାରେ ଲାଗିଛି। ଆଲୋଚନା ହେଉଛି କି ପାଇଲଟ ନୂଆ ଗେମ୍‌ ଖେଳିବାକୁ ନଜରରେ ରଖି ରାହୁଲଙ୍କ ସହ ସାକ୍ଷାତ୍‌ କରିବାକୁ ସମୟ ମାଗିଛନ୍ତି। ଏହାସହ କଂଗ୍ରେସର ୧୮ ଅସନ୍ତୁଷ୍ଟ ବିଧାୟକ ମଧ୍ୟ ପାଇଲଟଙ୍କ ସହ ରାହୁଲଙ୍କୁ ଦେଖା କରିବାକୁ ଚାହୁଁଛନ୍ତି। ରାହୁଲ ଗାନ୍ଧୀଙ୍କ ପକ୍ଷରୁ ଏହାର କୌଣସି ଉତ୍ତର ମିଳି ନ ଥିବା ବେଳେ ଏପଟେ ପାଇଲଟ କଂଗ୍ରେସ ନେତା କେସି ଭେଣୁଗୋପାଳଙ୍କ ସମ୍ପର୍କରେ ଅଛନ୍ତି ଓ ତାଙ୍କରି ମାଧ୍ୟମରେ ସେ ରାହୁଲଙ୍କୁ ସାକ୍ଷାତ୍‌ କରିବାକୁ ଚାହୁଁଛନ୍ତି। ଏବେ ଅନୁମାନ କରାଯାଉଛି କି ଯଦି ରାହୁଲ ଓ ପାଇଲଟଙ୍କ ମଧ୍ୟରେ କଥାବାର୍ତ୍ତା ହୁଏ ତେବେ ରାଜସ୍ଥାନ ରାଜନୀତିରେ ଦେଖାଯାଇଥିବା ସଙ୍କଟର ଅବସାନ ଘଟିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri