Posted inଜାତୀୟ

ଗେହଲୋଟଙ୍କୁ ଦୁର୍ଯ୍ୟୋଧନଙ୍କ ସହ ତୁଳନା କଲେ ପାଇଲଟଙ୍କ ସମର୍ଥକ ଆଚାର୍ଯ୍ୟ ପ୍ରମୋଦ…

ଜୟପୁର,୩୧।୫ : ପାଇଲଟଙ୍କ ନିକଟତର ବିବେଚନା କରାଯାଉଥିବା ଆଚାର୍ଯ୍ୟ ପ୍ରମୋଦ କୃଷ୍ଣ ଦିଲ୍ଲୀରେ କଂଗ୍ରେସ ହାଇକମାଣ୍ଡଙ୍କ ଦ୍ୱାରା ହୋଇଥିବା ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏବଂ ସଚିତ ପାଇଲଟଙ୍କ ମଧ୍ୟରେ ସମନ୍ବୟର ସୂତ୍ର ଉପରେ ସନ୍ଦେହ ପ୍ରକଟ କରିଛନ୍ତି। ସଚିନ ଏବଂ ଗେହଲୋଟଙ୍କ ଏହି ବନ୍ଧୁତା ବଞ୍ଚିବାକୁ ସକ୍ଷମ ହେବ ବୋଲି ପ୍ରମୋଦ କୃଷ୍ଣ ନିଶ୍ଚିତ ନୁହଁନ୍ତି। ପାଇଲଟଙ୍କୁ ସମର୍ଥନ କରୁଥିବା କିଛି ବିଧାୟକଙ୍କ ମଧ୍ୟରେ ମଧ୍ୟ ସମାନ ପ୍ରତିକ୍ରିୟା ଦେଖାଯାଉଛି। ସଚିନ ପାଇଲଟଙ୍କ ଜଣେ ସମର୍ଥକ ଭାବରେ ବିବେଚନା କରାଯାଉଥିବା ଆଚାର୍ଯ୍ୟ ପ୍ରମୋଦ ଅଶୋକ ଗେହଲୋଟଙ୍କୁ ଦୁର୍ଯ୍ୟୋଧନଙ୍କ ସହ ତୁଳନା କରିଛନ୍ତି। ଆଚାର୍ଯ୍ୟ ପ୍ରମୋଦ ଟୁଇଟ କରିଛନ୍ତି ଯେତେବେଳେ ମହାଭାରତରେ ଦୁର୍ଯ୍ୟୋଧନ ୫ ଟି ଗାଁ ଦେବାକୁ ପ୍ରସ୍ତୁତ ନ ହେଲେ, ସେତେବେଳେ ମହାଭାରତର ଯୁଦ୍ଧ ହୋଇଥିଲା।

ଏହା ପୂର୍ବରୁ ମଧ୍ୟ ଆଚାର୍ଯ୍ୟ ପ୍ରମୋଦ ସିଏମ ଅଶୋକ ଗେହଲୋଟଙ୍କୁ ଟାର୍ଗେଟ କରିଥିଲେ।
ଦୀର୍ଘ ଦିନ ଧରି ସଚିନ ପାଲାୟତଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ଆଚାର୍ଯ୍ୟ ପ୍ରମୋଦ ଦାବି କରିଆସୁଛନ୍ତି। ଉଦୟପୁରରେ ଅନୁଷ୍ଠିତ ଚିନ୍ତନ ଶିବିର ସମୟରେ ମଧ୍ୟ ସେ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଦାବି କରିଥିଲେ।

ସୂଚନାଯୋଗ୍ୟ,ନିକଟରେ ରାଜସ୍ଥାନ କଂଗ୍ରେସରେ ଚାଲିଥିବା ବିବାଦକୁ ଦୂର କରିବାକୁ ହାଇକମାଣ୍ଡ ପୁଣି ଥରେ ଚେଷ୍ଟା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କୁ ଦିଲ୍ଲୀ ଡକାଯାଇଥିଲା। ଏଠାରେ ଏକ ବନ୍ଦ କୋଠରୀରେ ଉଭୟ ନେତାଙ୍କ ସହ ଆଲୋଚନା ହୋଇଥିଲା। ୪ ଘଣ୍ଟା ଧରି ଚାଲିଥିବା ଏହି ବାର୍ତ୍ତାଳାପରେ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ରାହୁଲ ଗାନ୍ଧୀ ଏବଂ କେସି ଭେନୁଗୋପାଲ ମଉପସ୍ଥିତ ଥିଲେ। ଏହି ବୈଠକରେ ହାଇକମାଣ୍ଡ ଦୁଇ ନେତାଙ୍କ ମଧ୍ୟରେ ସମନ୍ବୟ ଆଣିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri