ରିସେପସନ ଦେଲେ ପିନାକୀ-ମହୁଆ: ଯୋଗ ଦେଲେ ବଡ଼ ବିଜେଡି ନେତା

ନୂଆଦିଲ୍ଲୀ, ୬।୮: ଜର୍ମାନୀରେ ବାହାଘର ଆଉ ଦିଲ୍ଲୀରେ ଦେଲେ ରିସେପ୍ସନ। ନିଜ ବାହାଘରକୁ ନେଇ ଚର୍ଚ୍ଚାରେ ଥିବା ଯୋଡି ପିନାକୀ ମିଶ୍ର ଓ ମହୁଆ ମୋଇତ୍ରା ମଙ୍ଗଳବାର ରାତିରେ ଦିଲ୍ଲୀର ଏକ ତାରକା ହୋଟେଲରେ ତାଙ୍କ ରିସେପ୍ସନ ଭୋଜି ଦେଇଛନ୍ତି । ଏହି ଉତ୍ସବରେ ଦେଶର ବହୁ ବିଶିଷ୍ଟ ରାଜନୈତିକ ବ୍ୟକ୍ତିଙ୍କ ସମେତ ଅନେକ ଗଣମାନ୍ୟ ବ୍ୟକ୍ତି ଯୋଗ ଦେଇଥିଲେ।

ଜର୍ମାନୀରେ ଲୁଚାଛପାରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା ଏହି ଚର୍ଚ୍ଚିତ ଯୋଡ଼ି ଦିଲ୍ଲୀରେ ଏକ ଭବ୍ୟ ରିସେପସନ ଆୟୋଜନ କରିଥିଲେ। ଏହି ଅବସରରେ ମହୁଆ ମୋଇତ୍ର ଏକ ଲାଲ୍‌ ଶାଢ଼ୀ ଓ ପିନାକୀ ମିଶ୍ର ଧୋତି-ପଞ୍ଜାବୀରେ ଦେଖା ଦେଇଥିଲେ। ଏହି ରିସେପସନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ସମାଜବାଦୀ ପାର୍ଟି ନେତା ଅଖିଲେଶ ଯାଦବ, ଟିଏମସି ନେତ୍ରୀ ସାୟନୀ ଘୋଷ, ରଚନା ବାନାର୍ଜୀ ଏବଂ ଜୁନ ମାଲିଆ, ବିଜେଡି ଏମପି ସୁଲତା ଦେଓଙ୍କ ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଏମପିମାନେ ଉପସ୍ଥିତ ଥିଲେ।

ଏହି ରିସେପ୍ସନର ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପୂର୍ବରୁ ମହୁଆ ଏବଂ ପିନାକୀଙ୍କ ଜର୍ମାନୀରେ ହୋଇଥିବା ବିବାହ ଏକ ଚର୍ଚ୍ଚାର ବିଷୟ ହୋଇଥିଲା। ମହୁଆ ମୋଇତ୍ର, ଯିଏ ପଶ୍ଚିମବଙ୍ଗର କୃଷ୍ଣନଗର ଆସନରୁ ଦୁଇଥର ଏମପି ହୋଇଛନ୍ତି, ସେ ପୂର୍ବରୁ ଡେନମାର୍କର ବ୍ୟବସାୟୀ ଲାର୍ସ ବ୍ରୋରସେନଙ୍କୁ ବିବାହ କରିଥିଲେ ଏବଂ ପରେ ଛାଡ଼ପତ୍ର ହୋଇଥିଲା। ଅନ୍ୟପକ୍ଷରେ, ପିନାକୀ ମିଶ୍ର, ଯିଏ ପୁରୀରୁ ଚାରିଥର ଏମପି ହୋଇଛନ୍ତି ଏବଂ ସୁପ୍ରିମକୋର୍ଟରେ ଜଣେ ବରିଷ୍ଠ ଓକିଲ ଭାବେ ପରିଚିତ, ତାଙ୍କର ପ୍ରଥମ ବିବାହ ସଙ୍ଗୀତା ମିଶ୍ରଙ୍କ ସହିତ ହୋଇଥିଲା।

୬୫ ବର୍ଷୀୟ ପିନାକୀ ମିଶ୍ରଙ୍କ ଏହା ଦ୍ବିତୀୟ ବିବାହ ଥିଲା । ପୂର୍ବରୁ ସେ ସଙ୍ଗୀତା ମିଶ୍ରଙ୍କୁ ବିବାହ କରିଥିଲେ। ତାଙ୍କର ଜଣେ ପୁଅ ଓ ଝିଅ ଅଛନ୍ତି। ପିନାକୀ ତାଙ୍କର ପ୍ରଥମ ପତ୍ନୀଙ୍କୁ ଛାଡ଼ପତ୍ର ଦେଇଥିଲେ । ପିନାକୀଙ୍କର ରାଜନୈତିକ ଯାତ୍ରା କଂଗ୍ରେସରୁ ଆରମ୍ଭ ହୋଇଥିଲା। ୧୯୯୬ରେ ସେ ପ୍ରଥମ ଥର ପାଇଁ କଂଗ୍ରେସ ଟିକେଟ୍‌ରୁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ସେ ବିଜେଡିରେ ଯୋଗଦେଇ ତିନି ଥର ପୁରୀରୁ ଲୋକସଭାକୁ ପ୍ରତିନିଧିତ୍ବ କରିଥିଲେ। ୨୦୨୪ ନିର୍ବାଚନରେ ସେ ଲଢ଼ି ନଥିଲେ। ତାହା ପରଠାରୁ ରାଜ୍ୟ ରାଜନୀତିରେ ସେ ସକ୍ରିୟ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ

ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ…

ବଢିଲା ଯୁଦ୍ଧ ଭୟ! ଆମେରିକାକୁ ଆଖି ଦେଖାଇଲା ଶ୍ରୀଲଙ୍କା

ନୂଆଦିଲ୍ଲୀ,୨୦।୩: ଇରାନ, ବର୍ତ୍ତମାନ ମୁସଲିମ ବିଶ୍ୱରେ ବିଚ୍ଛିନ୍ନ ହୋଇଯାଇଥିବା ବେଳେ, ଶ୍ରୀଲଙ୍କାରୁ ଗୁରୁତ୍ୱପୂର୍ଣ୍ଣ ସମର୍ଥନ ପାଇଛି। ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ସଂସଦକୁ ସୂଚନା ଦେଇଛନ୍ତି…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ

ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ: ପ୍ରମିଳା ମଲ୍ଲିକଙ୍କ ନାଁରେ… 

ଭୁବନେଶ୍ୱର,୨୦।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ନେଇ  ବିଜେଡି ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲା। ତେବେ ଏହି କାରଣ ଦର୍ଶାଅ ନୋଟିସର ଉତ୍ତର…

LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ ଡେଲିଭରି ପାଇଁ ଅପେକ୍ଷା କରନ୍ତୁ…’

ନୂଆଦିଲ୍ଲୀ,୨୦।୩: ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ, ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ କହିଛନ୍ତି ଯେ ଦେଶର ସମସ୍ତ ରିଫାଇନାରୀ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ସେ ଉଲ୍ଲେଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri