ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ ଚାଲିଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ଅନିଶ୍ଚିତତା ପ୍ରକାଶ ପାଇଛି। କାମଟି କେଉଁ ଯୋଜନାରେ, କେତେ ଅର୍ଥ ବ୍ୟୟରେ ଏବଂ କେଉଁ ବିଭାଗ ଦ୍ୱାରା କରାଯାଉଛି, ସେ ସମ୍ପର୍କରେ କୌଣସି ସୂଚନା ସାର୍ବଜନୀନ ଭାବେ ପ୍ରଦର୍ଶିତ ହୋଇ ନ ଥିବାରୁ ଗ୍ରାମବାସୀ ପ୍ରଶ୍ନ ଉଠାଇଛନ୍ତି।

ଗ୍ରାମବାସୀଙ୍କ କହିବା ଅନୁଯାୟୀ, ୨୦୨୫-୨୬ ଆର୍ଥିକ ବର୍ଷରେ ମନରେଗା ଯୋଜନା ଅଧୀନରେ ପ୍ରାୟ ୧୦ ଲକ୍ଷ ଟଙ୍କା ବ୍ୟୟରେ ପୌରକେଲା ବଜାର ପଡ଼ିଆର ଉନ୍ନତିକରଣ ପାଇଁ ୪ଟି ପିଣ୍ଡି ନିର୍ମାଣକୁ ଅନୁମୋଦନ ମିଳିଥିଲା। ତେବେ ନିର୍ମାଣ କାମ ଅତି ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି।

ପିଣ୍ଡିର କାନ୍ଥ ଇଟା ଯୋଡ଼େଇ କରିବା ସହ ବାଲିରେ ଖାଲ ଭର୍ତ୍ତି କରିବା ପରେ କଂକ୍ରିଟ୍ କରିବାର ନିୟମ ଥିବା ବେଳେ ତାହା ନକରି ମାଟି ଉପରେ ବାଲି ପକାଇ ଦିଆଯାଇଥିବା ଅଭିଯୋଗ ହୋଇଛି। ଫଳରେ ନିର୍ମାଣ କାମର ଗୁଣବତ୍ତାକୁ ନେଇ ସ୍ଥାନୀୟ ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି।

ସାଧାରଣତଃ ସରକାରୀ ନିର୍ମାଣ କାର୍ଯ୍ୟସ୍ଥଳରେ କାମର ନାମ, ଯୋଜନା, ପ୍ରକଳ୍ପ ମୂଲ୍ୟ, କାର୍ଯ୍ୟ ଅବଧି ଓ କାର୍ଯ୍ୟନିର୍ବାହୀ ସଂସ୍ଥା ସମ୍ପର୍କିତ ବିବରଣୀ ସହ ସୂଚନା ଫଳକ ପ୍ରଦର୍ଶନ କରାଯାଇଥାଏ। କିନ୍ତୁ ଏଠାରେ କାର୍ଯ୍ୟସ୍ଥଳରେ ସେଭଳି କୌଣସି ସୂଚନା ଫଳକ ନ ଥିବାରୁ କାମର ସ୍ୱଚ୍ଛତାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି।

କେତେକ ସଚେତନ ସାମାଜିକ କର୍ମୀ ଦାବି କରିଛନ୍ତି ଯେ, ସମ୍ପୃକ୍ତ ବିଭାଗ ତୁରନ୍ତ କାମର ସମସ୍ତ ତଥ୍ୟ ସାର୍ବଜନୀନ କରିବା ସହ ୨୦୨୩-୨୪ ମସିହାରେ ମନରେଗା ଅଧୀନରେ ଅନୁମୋଦିତ ବଜାର ପିଣ୍ଡି ନିର୍ମାଣର ଅଗ୍ରଗତି ଓ ବ୍ୟୟ ସମ୍ପର୍କରେ ତଦନ୍ତ କରାଯାଉ। ଯଦି ନିର୍ମାଣ କାମରେ ନିମ୍ନମାନର କାର୍ଯ୍ୟ କିମ୍ବା କୌଣସି ଅନିୟମିତତା ହୋଇଥାଏ, ତେବେ ତାହାର ନିରପେକ୍ଷ ତଦନ୍ତ କରି ଆବଶ୍ୟକ ପଦକ୍ଷେପ ନେବାକୁ ସେମାନେ ଦାବି କରିଛନ୍ତି।

ଏ ସମ୍ପର୍କରେ ବିଭାଗୀୟ ଅଧିକାରୀ ତଥା ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ଶିଶିର ଶବରଙ୍କୁ ପଚାରିବାରୁ, କାମ ଶେଷ ହେବା ପୂର୍ବରୁ ସୂଚନା ଫଳକ ଲଗାଇ ଦିଆଯିବ ବୋଲି ସେ କହିଥିଲେ। ବାଲି ଭରିବା ସ୍ଥାନରେ ମାଟି ଓ ବାଲି ମିଶ୍ରିତ କରି ଭରାଯାଇଥିବା ନେଇ ସେ ଅବଗତ ନଥିବା ପ୍ରକାଶ କରିବା ସହ ଉକ୍ତ ମାଟିକୁ କାଢ଼ି ପୁନର୍ବାର ବାଲି ଭରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।

ତେବେ କନିଷ୍ଠ ଯନ୍ତ୍ରୀଙ୍କ ଅନୁପସ୍ଥିତିରେ ଏଭଳି ନିମ୍ନମାନର କାମ କିପରି ଚାଲିଥିଲା, ଏବଂ ଏଥିରେ ସ୍ଥାନୀୟ ସରପଞ୍ଚଙ୍କ ଭୂମିକା କ’ଣ, ତାହାକୁ ନେଇ କେତେକ ବୁଦ୍ଧିଜୀବୀ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆଲୋଚନା ହେଉଥିବା ଶୁଣିବାକୁ ମିଳିଛି। ଏହି ଅଭିଯୋଗର ସତ୍ୟତା ସମ୍ପର୍କରେ ବିଭାଗୀୟ ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?