ବେସରକାରୀ ଜମିରେ ପିଣ୍ଡି

ବଇଣ୍ଡା, ୧୯।୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୃର୍ତ୍ତିବାସପୁର ପଞ୍ଚାୟତ ଜରପଡ଼ା ସାପ୍ତାହିକ ହାଟରେ ବ୍ୟବସାୟିକ ସୁବିଧା ପାଇଁ ପିଣ୍ଡି ନିର୍ମାଣ କରାଯାଇଛି। ହେଲେ ଉକ୍ତ ପିଣ୍ଡି ବେସରକାରୀ ଜମିରେ ନିର୍ମାଣ ହେଉଥିବା ଅଭିଯୋଗ ହୋଇଛି। ଏ ନେଇ ତିଳେଶ୍ୱର ଗ୍ରାମର ଉପାସୀ ବେହେରା, ପାର୍ବତୀ ବେହେରା, ସୁନନ୍ଦ ଦେହୁରୀ, ପଠାଣି ବେହେରା, ଜରପଡା ଗ୍ରାମର ଉଚ୍ଛବ ପ୍ରଧାନ ପ୍ରମୁଖ ଶୁକ୍ରବାର ଆଠମଲ୍ଲିକ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆଦିବାସୀଙ୍କ ଜମି ହଡ଼ପ କରି ଉକ୍ତ ପିଣ୍ଡି ତିଆରି କରାଯାଉଥିବା ସେମାନେ କହିଛନ୍ତି।
ବ୍ଲକ ପ୍ରଶାସନ ପକ୍ଷରୁ ସାପ୍ତାହିକ ହାଟର ବିକାଶ ପାଇଁ ପଞ୍ଚାୟତିରାଜ ବିଭାଗ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ବ୍ୟୟରେ ପିଣ୍ଡି ନିର୍ମାଣ କରାଯାଉଛି। ଗତ ଫେବୃୟାରୀ ୩ରୁ ଏହି କାମ ଆରମ୍ଭ ହୋଇଛି। ତେବେ ସମ୍ପୃକ୍ତ ବ୍ୟକ୍ତିଙ୍କ ବ୍ୟକ୍ତିଗତ ଜମିରେ ବେଆଇନ ଭାବେ ଏହି ପିଣ୍ଡି ତିଆରି କରାଯାଉଥିବା ଅଭିଯୋଗରେ ଦର୍ଶାଯାଇଛି। ହିତାଧିକାରୀମାନେ ଏ ସଂକ୍ରାନ୍ତ ସବିଶେଷ ପ୍ରମାଣପତ୍ର ଉପଜିଲାପାଳଙ୍କ ନିକଟରେ ଦାଖଲ କରିଛନ୍ତି।
କାମ ନେଇଥିବା ସ୍ଥାନୀୟ ଅଞ୍ଚଳର ଜଣେ ଠିକାଦାର ସରକାରୀ ଜମି ବଦଳରେ ବେସରକାରୀ ଜମିରେ ଜବରଦସ୍ତ କାମ କରୁଛନ୍ତି। ଜମି ମାଲିକ ଆଦିବାସୀ ସମ୍ପ୍ରଦାୟର ହୋଇଥିବାବେଳେ ପ୍ରଶାସନିକ ଅଧିକାରୀମାନେ ଠିକାଦାରଙ୍କ ଦ୍ୱାରା ଜମି ହଡ଼ପ କରିବାକୁ ମସୁଧା କରୁଛନ୍ତି। ଏ ସଂକ୍ରାନ୍ତରେ ସେମାନେ ଆଠମଲ୍ଲିକ ବିଡିଓ, ଆଠମଲ୍ଲିକ ତହସିଲଦାରଙ୍କୁ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହଁି। ତୁରନ୍ତ କାମ ବନ୍ଦ ନ ହେଲେ ଆନ୍ଦୋଳନ କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।
ଏ ନେଇ ଆଠମଲ୍ଲିକ ତହସିଲଦାର ଯଶୋବନ୍ତ ଦେହୁରୀ କହିଛନ୍ତି, ଉକ୍ତ ଜମି ସମ୍ପର୍କରେ ବିଭାଗ ପକ୍ଷରୁ ତଦନ୍ତ କରାଯାଉଛି। ଉପଜିଲାପାଳ ତରଣୀ ସୁନା କହିଛନ୍ତି, ଅଭିଯୋଗର ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri