Posted inଖେଳ

ପିଙ୍କ୍‌ ବଲ୍‌ ଟେଷ୍ଟ: ସୂର୍ଯ୍ୟାସ୍ତରେ ବ୍ୟାଟିଂ ବେଳେ ଅଧିକ ସତର୍କତା ଜରୁରୀ

ଅହମ୍ମଦାବାଦ, ୨୨ା୨(ପି.ଟି.)-ମୋଟେରାରେ ଇଂଲଣ୍ଡ ବିପକ୍ଷରେ ପିଙ୍କ୍‌ ବଲ୍‌ ଟେଷ୍ଟ ଖେଳାଯିବା ସମୟରେ ବିଶେଷ କରି ସୂର୍ଯ୍ୟାସ୍ତ ସମୟରେ ବ୍ୟାଟିଂ ବେଳେ ତାଙ୍କୁ ଅଧିକ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ ବୋଲି ଭାରତୀୟ ଓପନର ରୋହିତ ଶର୍ମା କହିଛନ୍ତି। ଚେନ୍ନାଇରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟରେ ରୋହିତ ଆକର୍ଷଣୀୟ ୧୬୧ ରନ ସଂଗ୍ରହ କରିଥିଲେ। ୨୦୧୯ ନଭେମ୍ବରରେ ବାଂଲାଦେଶ ବିପକ୍ଷରେ ପ୍ରଥମ ଦିବାରାତ୍ର ଟେଷ୍ଟ ବେଳେ ସେ ଭାରତୀୟ ଦଳ ତରଫରୁ ଖେଳୁଥିଲେ। କିନ୍ତୁ ସୂର୍ଯ୍ୟାସ୍ତ ସମୟରେ ତାଙ୍କୁ ବ୍ୟାଟିଂ କରିବାକୁ ପଡ଼ି ନ ଥିଲା। ଏହି ସମୟରେ ଜଣେ ବ୍ୟାଟ୍ସମ୍ୟାନଙ୍କୁ କେଉଁ ପରିସ୍ଥିତିର ସାମ୍ନା କରିବାକୁ ପଡ଼ିଥାଏ ସେ ଅନୁଭବ କରିପାରି ନାହାନ୍ତି। ବୁଧବାର ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହେବାକୁ ଥିବା ତୃତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ ଏକ ଭର୍ଚୁଆଲ ଖବରଦାତା ସମ୍ମିଳନୀରେ ଭାରତୀୟ ଓପନର ଏକଥା କହିଛନ୍ତି। ସନ୍ଧ୍ୟା ସମୟରେ ଆକସ୍ମିକ ଆଲୋକ ଓ ପାଗର ପରିବର୍ତ୍ତନ ଘଟିବ। ସେହି ସମୟରେ ଖେଳିବା ନିଶ୍ଚୟ ଏକ ଚ୍ୟାଲେଞ୍ଜ ହେବ। ଏ ବିଷୟ ଅବଶ୍ୟ ସମସ୍ତ ବ୍ୟାଟ୍ସମ୍ୟାନ ଜାଣନ୍ତି। ତେବେ ଏହି ପରିସ୍ଥିତିରେ ନିଜକୁ ଖାପଖୁଆଇ କିପରି ଖେଳିବାକୁ ହେବ ତାହା ନିଜେ ନିର୍ଦ୍ଧାରଣ କରିବାକୁ ହେବ। ପୁନଶ୍ଚ ମ୍ୟାଚ୍‌ଟି ମୋଟେରାସ୍ଥିତ ନବନିର୍ମିତ ସର୍ଦ୍ଦାର ପଟେଲ ଗୁଜରାଟ ଷ୍ଟାଡିୟମରେ ଖେଳାଯିବ। ନୂଆ ଷ୍ଟାଡିୟମରେ ଖେଳିବା ସବୁବେଳେ ଚ୍ୟାଲେଞ୍ଜପୂର୍ଣ୍ଣ ହୋଇଥାଏ। ଷ୍ଟାଡିୟମରେ ବ୍ୟବହାର ହେବାକୁ ଥିବା ଲାଇଟ୍‌ ଓ ସିଟ୍‌ଗୁଡ଼ିକ ସମ୍ପୂର୍ଣ୍ଣ ନୂଆ। ତେଣୁ ଏହା ଅଧିକ ଝଲିସିବ। ଫିଲ୍ଡିଂ ବେଳେ ଏହା ସମସ୍ୟାରେ ପକାଇପାରେ। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ସ୍ଥାନ ପକ୍କା କରିବା ଲାଗି ଉଭୟ ଇଂଲଣ୍ଡ ଓ ଭାରତ ପାଇଁ ଏହି ସିରିଜ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri