Posted inଜାତୀୟ

ଅଲ୍ଲୁ ଅର୍ଜୁନଙ୍କୁ ଗିରଫ ପରେ ତେଜିଲା ରାଜନୀତି: କଂଗ୍ରେସକୁ ଟାର୍ଗେଟ୍‌ କଲେ ବିଆର୍‌ଏସ୍‌ ନେତା

ହାଇଦ୍ରାବାଦ,୧୩।୧୨: ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ଗିରଫ ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ବିଆର୍‌ଏସ୍‌ ନେତା କେ.ଟି. ରାମା ରାଓ ତେଲଙ୍ଗାନା କଂଗ୍ରେସ ସରକାରଙ୍କୁ ଟାର୍ଗେଟ କରି ଅଲ୍ଲୁ ଅର୍ଜୁନଙ୍କ ଗିରଫଦାରଙ୍କୁ ନିନ୍ଦା କରିଛନ୍ତି। ଜାତୀୟ ପୁରସ୍କାର ବିଜେତା ଅଲ୍ଲୁ ଅର୍ଜୁନଙ୍କ ଗିରଫ ହେଉଛି ଶାସକଙ୍କ ଅସୁରକ୍ଷିତତାର ଶିଖର ବୋଲି ଏକ୍ସରେ ପୋଷ୍ଟ କରିଛନ୍ତି।

ଏହାର ଜବାବ ଦେଇ ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ କହିଛନ୍ତି ଯେ, ‘ଅଭିନେତା ଅଲ୍ଲୁଙ୍କ ଗିରଫରେ ସରକାରଙ୍କ କୌଣସି ଭୂମିକା ନାହିଁ। ଏପରିକି କୌଣସି ରାଜନୈତିକ କାରଣ ନାହିଁ, ଆଇନ ଆଗରେ ସମସ୍ତେ ସମାନ’।

ସୂଚନା ଯୋଗ୍ୟ ଡିସେମ୍ବର ୪ରେ, ପୁଷ୍ପା-୨ ସ୍କ୍ରିନିଂ ବେଳେ ହାଇଦ୍ରାବାଦର ସା ଥିଏଟର ନିକଟରେ ଦଳାଚକଟା ହୋଇଥିଲା। ଏଥିରେ ରେବଥି ନାମକ ଜଣେ ୩୯ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ଘଟିଥିଲା। ଏପରିକି ତାଙ୍କର ୮ ବର୍ଷର ପୁଅ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଏନେଇ ମହିଳାଙ୍କ ପରିବାର ଲୋକେ ଡିସେମ୍ବର ୫ରେ ଅଲ୍ଲୁ ଅର୍ଜୁନଙ୍କ ସହ ସୁରକ୍ଷା ଦଳ ଏବଂ ଥିଏଟର ମ୍ୟାନେଜମେଣ୍ଟଙ୍କ ବିରୋଧରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତି କରି ପୋଲିସ ବିଭିନ୍ନ ଦଫାରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ଶୁକ୍ରବାର ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?