ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ଦୁଆର ଗାଁର ପିଣ୍ଟୁ ଗୌଡ଼(୨୫)। ଶୁକ୍ରବାର ସକାଳେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଛି।ଗୁରୁବାର ସାରେ ପିଣ୍ଟୁ ଗାଁ ପୋଖରୀରେ ଗାଧୋଉଥିବା ବେଳେ ପୋଖରୀର ଗଭୀର ପାଣିରେ ବୁଡ଼ି ଯାଇଥିଲେ।ତାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ଏନେଇ ଦିଗପହଣ୍ଡିରେ ଏତଲା ହେବାପରେ ଆଇଆଇସି କିଶୋର କୁମାର ସାମଲ ଅପମୃତ୍ୟୁ ମାମଲା ନଂ.୩୫/୨୬ ଅନୁଯାୟୀ ମକଦ୍ଦମା ରୁଜୁ କରିଥିଲେ।ତଦନ୍ତକାରୀ ଥାନା ଏସ.ଆଇ ସୋଫିଆ ମିଶ୍ର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ।

