ଅଧିକ ଚିକିତ୍ସା ପାଇଁ ଆଜି ଦିଲ୍ଲୀ ଯିବେ ପିଣ୍ଟୁ ନନ୍ଦ

ଭୁବନେଶ୍ୱର,୭।୨ (ବ୍ୟୁରୋ):ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର ଲିଭର୍‌ ସିରୋସିସ୍‌ ଜନିତ ରୋଗରେ ପୀଡ଼ିତ ଥିବାବେଳେ ଅଧିକ ଚିକିତ୍ସା ପାଇଁ ମଙ୍ଗଳବାର ଦିଲ୍ଲୀ ଯିବେ। ତାଙ୍କୁ ଦିଲ୍ଲୀସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲିଭର ଆଣ୍ଡ୍‌ ବିଲିଆରି ସାଇନ୍ସେସ୍‌ (ଆଇଏଲ୍‌ବିଏସ୍‌)ରେ ଭର୍ତ୍ତି କରାଯିବ। ସେଠାରେ ଲିଭର ଟ୍ରାନ୍ସପ୍ଲାଣ୍ଟ୍‌ ସହ ଅନ୍ୟାନ୍ୟ ଚିକିତ୍ସା କରାଯିବ। ଏ ନେଇ ଆଇଏଲ୍‌ବିଏସ୍‌ ଡାକ୍ତର ଅଶୋକ ଚୌଧୁରୀଙ୍କ ସହିତ କଥାବାର୍ତ୍ତା କରାଯାଇ ଆବଶ୍ୟକ ପ୍ରସ୍ତୁତି ହୋଇଥିବା ସୂଚନା ମିଳିଛି।
ଲିଭର ସିରୋସିସ୍‌ରୁ ଆରୋଗ୍ୟ ପାଇଁ ଲିଭର ଟ୍ରାନ୍ସପ୍ଲାଣ୍ଟ କରିବାକୁ ପଡ଼ିବ। ଏହା ପୂର୍ବରୁ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟ ଷ୍ଟେବୁଲ ରହିବା ଦରକାର। ସେ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ ବୋଲି କୁହାଯାଇଛି। ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ପିଣ୍ଟୁ। ଦିଲ୍ଲୀ ସ୍ଥାନାନ୍ତର ପରେ ତୁରନ୍ତ ସେଠାରେ ତାଙ୍କର ଅଧିକ ଚିକିତ୍ସା ଚାଲିବ। କେବଳ ଲିଭର୍‌ ଟ୍ରାନ୍ସପ୍ଲାଣ୍ଟ ପାଇଁ ୫୦ ଲକ୍ଷ ଟଙ୍କା ଆବଶ୍ୟକ ଥିବାବେଳେ ଏହା ପରବର୍ତ୍ତୀ ଚିକିତ୍ସା ପାଇଁ ମଧ୍ୟ ଅର୍ଥର ଆବଶ୍ୟକତା ରହିଛି। ଶୁଭେଚ୍ଛୁମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିବାବେଳେ ବ୍ୟୟବହୁଳ ଚିକିତ୍ସା ପାଇଁ ସାରା ରାଜ୍ୟରୁ ସହାୟତାର ହାତ ଲମ୍ବିଛି। ଏମ୍‌ପି ଅଚ୍ୟୁତ ସାମନ୍ତ ୨ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରିଛନ୍ତି। ସେହିଭଳି ଯୁବ ସମାଜସେବୀ ଦୀପକ କୁମାର ମହାପାତ୍ର ଓ ସହଯୋଗୀମାନେ ୟୁନିଟ୍‌-୨ ମାର୍କେଟ ବିଲ୍ଡିଂ, ମାଷ୍ଟର କ୍ୟାଣ୍ଟିନ, ଖାରବେଳନଗର ଓ ୟୁନିଟ-୯ ଅଞ୍ଚଳରେ ବୁଲିବୁଲି ବ୍ୟବସାୟୀଙ୍କ ସାହାଯ୍ୟ ଲୋଡିବା ସହ ପାଣ୍ଠି ସଂଗ୍ରହ କରିଛନ୍ତି। ଏଥିସହ ଓଡିଶା ସିନେ କ୍ରିଟିକ ଆସୋସିଏଶନ ତରଫରୁ ଅଭିନେତା ଶ୍ରୀତମ ଦାସ, ସିଦ୍ଧାନ୍ତ ମହାପାତ୍ରଙ୍କ ଭଳି ବହୁ କଳାକାର ଓ ବ୍ୟବସାୟୀ ଅମିୟକାନ୍ତ ଦାଶ ସହଯୋଗର ହାତ ବଢ଼ାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri