ପିଇଓ ଗିରଫ, ୨ ପୂର୍ବତନ ସରପଞ୍ଚ ଫେରାର

ନବରଙ୍ଗପୁର,୨୪।୧୨(ବି.ପ୍ର.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପାଟଖଲିଆ ଓ ଗମ୍ଭାରିଗୁଡ଼ା ପଞ୍ଚାୟତରେ କାମ ନ ହୋଇ ବିଲ୍‌ ହୋଇଥିବା ଅଭିଯୋଗରେ ଭିଜିଲାନ୍ସ ତଦନ୍ତ ଆରମ୍ଭ କରିଥଲା। ପରେ ଦୁଇଟି ୩୮/୨୨ ଓ ୩୯/ ୨୨ରେ ପୃଥକ୍‌ ମାମଲା ରୁଜୁକରି ତତ୍କାଳୀନ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ) ନିମାଇ ସରକାରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ନବରଙ୍ଗପୁର ଭିଜିଲାନ୍ସ। ଏହି ଘଟଣାରେ ସମ୍ପୃକ୍ତ ୨ ପୂର୍ବତନ ସରପଞ୍ଚ ଫେରାର ଥିବା ଜଣାପଡିଛି।
ପାଟଖଲିଆ ପଞ୍ଚାୟତରେ ୨୦ ଲକ୍ଷ ଟଙ୍କା ବ୍ୟୟରେ କଲ୍ୟାଣ ମଣ୍ଡପ ଏବଂ ଗମ୍ଭାରିଗୁଡା ପଞ୍ଚାୟତରେ ୨୫ ଲକ୍ଷ ଟଙ୍କାରେ ଏକ ମାର୍କେଟ କମ୍ପ୍ଲେକ୍ସ କାମ ହୋଇଥିବା ଫାଇଲ ପତ୍ରରେ କୁହାଯାଇଥିଲା। ପିଇଓ ଅନୁଦାନ ଅର୍ଥକୁ ନିଜ ଆକାଉଣ୍ଟକୁ ନିଫ୍ଟ, ଚେକ୍‌ରେ ନେଇଯାଇଥିଲେ। ମାର୍କେଟ କମ୍ପ୍ଲେକ୍ସ ଓ କଲ୍ୟାଣ ମଣ୍ଡପ ପାଇଁ ମାଟି ଖୋଳା ନ ହୋଇ ବିଲ୍‌ ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ନଭେମ୍ବର ୨୩ରେ ଭିଜିଲାନ୍ସ ଟିମ୍‌ ଉକ୍ତ ପଞ୍ଚାୟତକୁ ଯାଇ ପିଇଓ ନିମାଇ ସରକାର ଓ ଜଣେ ପୂର୍ବତନ ସରପଞ୍ଚଙ୍କୁ ପଚରାଉଚରା କରିଥିଲେ। ଅଭିଯୋଗ ପରେ ଘଟଣାସ୍ଥଳକୁ ଯାଇ ତଦନ୍ତ କରିବାରୁ ସେଠାରେ ତେବେ କଲ୍ୟାଣ ମଣ୍ଡପ ଓ ମାର୍କେଟ କମ୍ପ୍ଲେକ୍ସ ନ ଥିବା ନେଇ ନବରଙ୍ଗପୁର ଭାରପ୍ରାପ୍ତ ଭିଜିଲାନ୍ସ ଡିଏସ୍‌ପି କଳାବତୀ ବାଘ ସୂଚନା ଦେଇଥିଲେ। ଚନ୍ଦାହାଣ୍ଡି ବିଡିଓଙ୍କୁ ଉଭୟ କାମର ଡକ୍ୟୁମେଣ୍ଟ ମାଗିଥିଲେ। ଡକୁମେଣ୍ଟ ମିଳିଲା ପରେ କେତେ ଟଙ୍କା ବିଲ୍‌ ହୋଇଛି, କେଉଁ ଅଧିକାରୀ ଡାୟିତ୍ୱରେ ରହିଥିଲେ ଏବଂ କାହା ସମୟରେ ବିଲ୍‌ ହୋଇଛି ତାହା ଜଣାପଡିବା ପରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଟଙ୍କା ଉଠାଇବେଳେ ପିଇଓ ଏବଂ ସରପଞ୍ଚଙ୍କ ଦସ୍ତଖତ ରହିଥିବାରୁ ସମ୍ପୃକ୍ତ ୩ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?