ହୃଦଘାତରେ ଚାଲିଗଲା ପିଇଓଙ୍କ ଜୀବନ: ଆଖି ଦାନ କଲେ ପରିବାର

ମୋରଡ଼ା,୭।୩(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡ଼ା ଥାନା ଅନ୍ତର୍ଗତ ଚିତ୍ରଡା ଫାଣ୍ଡି ଅଧୀନ ହଳଦୀପାଳ ଗ୍ରାମରେ ଜଣେ ପିଇଓଙ୍କ ଅକାଳ ବିୟୋଗ ଘଟିଛି। ଏନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି l ମୃତକ ଜଣକ ହେଲେ ହଳଦୀପାଳ ଗ୍ରାମର ଅଜୟ କୁମାର ବେହେରା l

ସୂଚନାଯୋଗ୍ୟ, ଅଜୟ ବେତନଟୀ ବ୍ଲକରେ ପିଇଓ ଭାବେ କାର୍ଯ୍ୟ କରୁଥିଲେ। ଗତ ମଙ୍ଗଳବାର ରାତିରେ ଅଜୟ ଘରେ ଶୋଇଥିବା ବେଳେ ହଠାତ୍‌ କାଶ ହୋଇ ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିଥିଲେ। ଫଳରେ ପରିବାର ଲୋକେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ବାରମାଇଲସ୍ଥିତ କିଷାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ତାଙ୍କୁ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲ କଲେଜ ଏଣ୍ଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ବାରିପଦା ହସ୍ପିଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଦେଇଥିଲେ।

ଅଜୟଙ୍କ ପରିବାର କହିଲେ ତାଙ୍କ ସ୍ତ୍ରୀ ଏବଂ ଗୋଟିଏ ଝିଅ। ବାପା ଅଜୟଙ୍କ ମୃତ୍ୟୁପରେ ଝିଅ ବାପାଙ୍କ ଅଙ୍ଗଦାନ କରିବାକୁ ନିଷ୍ପତ୍ତି ନେଇଥିଲେ। ପରବର୍ତ୍ତୀ ସମୟରେ ବାପାଙ୍କ ଆଖି ଦାନ କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପରେ ଗାଁରେ ଅନ୍ତିମ ସତ୍କାର କରାଯାଇଥିଲା। ଝିଅ ମୁଖାଗ୍ନି ଦେଇଥିଲେ। ପରିବାର ଲୋକଙ୍କ ଅଙ୍ଗଦାନ ନିଷ୍ପତିକୁ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

ବମକୋଇ ଠାକୁରାଣୀ ଯାତ୍ରାରେ ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ଼; ପଦ୍ମଶ୍ରୀ ସିମାଞ୍ଚଳ ପାତ୍ରଙ୍କୁ ସମ୍ବର୍ଦ୍ଧିତ କଲା ଯାତ୍ରା କମିଟି

ଦିଗପହଣ୍ଡି, ୯।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବମକୋଇ ଗ୍ରାମର ଆରାଧ୍ୟ ଦେବୀ ମା’ ବାମଦେଇ ଠାକୁରାଣୀଙ୍କ ପ୍ରସିଦ୍ଧ ଯାତ୍ରା ମହୋତ୍ସବ ଏବେ…

ବଟେଶ୍ୱର ପୀଠ ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ: ବିଧାୟକଙ୍କ ହସ୍ତକ୍ଷେପ ପରେ ତଦନ୍ତ, ଶ୍ରାବଣ ସୁଦ୍ଧା…

ଗଞ୍ଜାମ, ୯।୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପ୍ରସିଦ୍ଧ ଶୈବପୀଠ ବଟେଶ୍ୱର ମନ୍ଦିରକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବକୁ ନେଇ ଶେଷରେ ପ୍ରଶାସନ ଓ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

ସୁବ୍ରମଣିଙ୍କୁ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୯।୫: ଭାରତ ସରକାର ସଶସ୍ତ୍ର ବାହିନୀରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ. ରାଜା ସୁବ୍ରମଣିଙ୍କୁ ନୂତନ ପ୍ରତିରକ୍ଷା ମୁଖ୍ୟ(CDS) ଭାବେ…

ଚାର ଫଳ ଗୋଟାଇବାକୁ ଜଙ୍ଗଲକୁ ଯାଇଥିଲେ, ଭାଲୁର ଅତର୍କିତ ଆକ୍ରମଣରେ ଗୁରୁତର… 

ବଲାଙ୍ଗୀର,୯।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ଗୁଡିଘାଟ ପଞ୍ଚାୟତର କୁଟୁନିଝରନ ଗାଁରେ ଭାଲୁ ଆକ୍ରମଣରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ…

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ: ୫୭ ମାମଲାର ଫଇସଲା

ଦିଗପହଣ୍ଡି,୯|୫(ଅଶେଷ ନାଥ ମିଶ୍ର) ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷ ଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ …

ସଞ୍ଜୀବ ଆରୋରା କିଏ? ଇଡି ହେପାଜତରେ ରିଅଲ ଇଷ୍ଟେଟ ଜଗତର ‘ମୁକୁଟହୀନ ସମ୍ରାଟ’ – ତାଙ୍କ ଗିରଫଦାରୀର କାରଣ ଜାଣନ୍ତୁ

ଚଣ୍ଡିଗଡ଼,୯।୫: ପଞ୍ଜାବର ସ୍ଥାନୀୟ ସରକାର ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗିରଫ କରାଯାଇଛି। ରିପୋର୍ଟ ଅନୁଯାୟୀ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଏକ ଦଳ ଆରୋରାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri