ପିଇଓଙ୍କ ଆତ୍ମହତ୍ୟା ଉଦ୍ୟମ: ପୂର୍ବରୁ କରିଥିଲେ ସରକାରୀ ଅନୁଦାନ ରାଶି ହଡପ

ଭବାନୀପାଟଣା,୨୮।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡ଼ପଦର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ) ଦେବାନନ୍ଦ ସାଗର ବୁଧବାର ତାଙ୍କ ବାସଭବନରେ ରଶିଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତୁରନ୍ତ ତାଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପଞ୍ଚାୟତର ସରକାରୀ ଅନୁଦାନ ରାଶି ହଡପ କରିଥିବା ନେଇ ଅଭିଯୋଗ ପ୍ରମାଣିତ ହେବା ପରେ ଜିଲାପାଳ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ନିଲମ୍ବିତ କରିଥିଲେ।
ସୂଚନାଯୋଗ୍ୟ, ପାହାଡ଼ ପଦର ପଞ୍ଚାୟତର ସରପଞ୍ଚ ଲକ୍ଷ୍ମଣ ମାଝିଙ୍କ ଜାଲ୍‌ ଦସ୍ତଖତ କରି ୪୭ ଲକ୍ଷ ୧୭ ହଜାର ୯୭୯ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ସରପଞ୍ଚ ଓ ସମିତିସଭ୍ୟଙ୍କ ଅଭିଯୋଗ ପରେ ଲାଞ୍ଜିଗଡ଼ ଏବିଡିଓ ବିଭୂତିଭୂଷଣ ଶତପଥୀ, ଜିପିଇଓ ସରୋଜ କୁମାର ପ୍ରଧାନଙ୍କ ନେତୃତ୍ୱରେ ପ୍ରଶାସନିକ ତଦନ୍ତ ହୋଇଥିଲା । ଏହି ରିପୋର୍ଟ ଆଧାରରେ ସମ୍ପୃକ୍ତ ପିଇଓ ସାଗରଙ୍କୁ ନିଲମ୍ବନ କରାଯାଇଥିଲା। ପୂର୍ବରୁ ଥୁଆମୂଳ ରାମପୁର ବ୍ଲକରେ ମଧ୍ୟ ସେ ଏପରି କାରନାମା କରିଥିବା ସହିତ ୫୮ ଲକ୍ଷ ୭୨ ହଜାର ୬୧୬ ଟଙ୍କା ହଡପ କରିଥିବା ଅଭିଯୋଗ ଏବେ ସାମ୍ନାକୁ ଆସିଛି । ତେବେ ଉଭୟ ବ୍ଲକରେ ସରକାରୀ ଅନୁଦାନ ଚଳୁ କରିବା ଅଭିଯୋଗରେ ଦେବାନନ୍ଦଙ୍କୁ ନିଲମ୍ବନ କରାଯାଇଥିଲା। ବର୍ତ୍ତମାନ ତାଙ୍କ ଚିକିତ୍ସା ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri