ପାଇପ ଫାଟିଛି, ମରାମତି ହେଉନି

ଡୁଙ୍ଗୁରିପାଲି,୧୫ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଳକ ଦିଗଶିରା ହରିଜନ ପଡାବାସୀ ଏବେ ପାଇପ ପାଣି ପାଇଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପାଇପ ଫାଟି ଯାଇଥିବାରୁ ଏହି ସମସ୍ୟା ଦେଖାଦେଇଛି। ଦୀର୍ଘଦିନ ହେବ ଏହାର ମରାମତି ନ ହେବାରୁ ଏବେ ପରିସ୍ଥିତି ସଙ୍ଗୀନ ରୂପ ଧାରଣ କରିଛି। ଗ୍ରୀଷ୍ମ ପ୍ରବାହ ମଧରେ ଜଳକଷ୍ଟର ସମ୍ମୁଖୀନ ହେଉଛନ୍ତି ୨ଓ୍ବାର୍ଡ ବିଶିଷ୍ଟ ପଡାର ଲୋକେ। ଅଙ୍ଗନଦୀରୁ ଦିଗଶିରା ଗ୍ରାମକୁ ଜଳଯୋଗାଣ ହେଉଛି । ପଡାରେ ନଳକୂପ ନ ଥିବାରୁ ଲୋକେ ଅଙ୍ଗନଦୀରୁ ଆସିଥିବା ପାଇପ ପାଣି ଉପରେ ନିର୍ଭାର କରିଥାନ୍ତି। ହେଲେ ଜଳ ଯୋଗାଣ ପାଇପ ପଞ୍ଚାୟତ ଅଫିସ ରାସ୍ତା ନିକଟରେ ଫାଟି ଅଯଥାରେ ଭାସି ଯାଉଛି। ଏ ନେଇ ପଡାବାସୀ ସ୍ଥାନୀୟ ସରପଞ୍ଚଙ୍କୁ ଜଣାଇଲେ ମଧ୍ୟ କିଛି ସୁଫଳ ମିଳି ନାହିଁ । ଅବିଳମ୍ବେ ଫାଟି ଥିବା ପାଇପକୁ ମରାମତି କରା ନ ଗଲେ ପଡ଼ାବାସୀ ପକ୍ଷରୁ ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟାଳୟରେ ଧାରଣା ଦିଆଯିବ ବୋଲି ଚେତାବନୀ ଦେଇଛନ୍ତି। ଏ ନେଇ ବିଭାଗୀୟ ଯନ୍ତ୍ରୀ ରଞ୍ଜନ କୁମାର ପଟେଲଙ୍କୁ ପଚାରିବାରୁ ଗଁାକୁ ଯାଇ ସ୍ଥିତି ଦେଖିଲା ପରେ ମରାମତି କରାଯିବ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri