ପାଇପ୍‌ ଫାଟି ରାସ୍ତାରେ ବନ୍ୟା: ଚିନ୍ତାରେ ପଡ଼ାବାସୀ

ଲୋଇସିଂହା,୧୧।୧୨(ସୁଶାନ୍ତ ବାରିକ): ଲୋଇସିଂହାଶକ୍ତି ନଗର ପଡାରେ ପାଇପ ଫାଟି ରାସ୍ତା ଉପରେ ବହୁଛି ପାଣି। ଏ ଦୃଶ୍ୟ ହେଉଛି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୋଇସିଂହା ଓ୍ବାର୍ଡ ନଂ ୧୬ ଶକ୍ତି ନଗର ପଡା ଇଣ୍ଡିଆନ ବ୍ୟାଙ୍କ ରାସ୍ତାର ଦୃଶ୍ୟ। ପାନୀୟ ଜଳ ଯୋଗାଣ ପାଇପ ଫାଟି ରାସ୍ତା ଉପରେ ବହୁଛି। ଦୀର୍ଘ ଦୁଇମାସ ହେଲା ଏହି ପାଇପ ସାମାନ୍ୟ ଫାଟି ପାଣି ବାହାରୁଥିଲା। ସ୍ଥାନୀୟ ସରପଞ୍ଚଙ୍କୁ ଏହି ସମସ୍ୟା ବିଷୟରେ ଅବଗତ କରାଯାଇଥିଲା। ସରପଞ୍ଚ ନିଜେ ଆସି କ୍ଷେତ୍ର ପରିଦର୍ଶନ କରି ସୁଦ୍ଧା ସମାଧାନ କଲେ ନାହିଁ। ଶେଷରେ ଏବେ ପରିସ୍ଥିତି ଏପରି ହୋଇଛି ଯେ, ସମ୍ପୂର୍ଣ୍ଣ ପାଇପ ଫାଟି ଦୀର୍ଘ ତିନି ଦିନ ହେଲା ରାସ୍ତା ଉପରେ ପାଣି ବହି ଚାଲୁଛି। ପାଣି ଯୋଗାଣ ସମୟରେ ପାଇପରୁ ପାଣି ବାହାରିବା ଯୋଗୁ ଏକପ୍ରକାର ଜଳବନ୍ଦୀର ସମ୍ମୁଖୀନ ହେଉଛନ୍ତି ପଡାବାସୀ। ଉକ୍ତ ପଡ଼ାରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଏକ ଘରୋଇ କୋଚିଙ୍ଗ ସେଣ୍ଟର ରହିଛି। ଫଳରେ ଏତେ ଶୀତରେ ଛୋଟ ଛୋଟ ଛୁଆ ମାନେ ଏହି ପାଣି ଭିତର ଦେଇ ଯାତାୟାତ କରିବାକୁ ବାଧ୍ୟ ହେଉଛନ୍ତି। ଜଳ ଯୋଗାଣ ବେଳେ ପାଣି ଅପଚୟ ହେଉଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

ସୁନା-ରୂପା ପରି ବଢିଚାଲିଛି ଏହି ଧାତୁର ଦାମ୍‌! ଏବେଠୁ କିଣି ନିଅନ୍ତୁ…

ନୂଆଦିଲ୍ଲୀ,୩୧।୧: ଯଦି ଆପଣଙ୍କର ଧ୍ୟାନ କେବଳ ସୁନା ଏବଂ ରୂପା ଉପରେ ରହିଛି, ତେବେ ବଜାରକୁ ପୁନଃପରୀକ୍ଷଣ କରିବାର ସମୟ ଆସିଛି। ବିଶ୍ୱ ସାମଗ୍ରୀ ବଜାରରେ ଏକ…

ହଠାତ୍‌ ନବୀନ ନିବାସରେ ପହଞ୍ଚିଲେ କଳିକେଶ, ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୩୧।୧: ନବୀନ ନିବାସରେ ପହଞ୍ଚିଲେ କଳିକେଶ ନାରାୟଣ ସିଂହଦେଓ।କଳିକେଶଙ୍କୁ ବଡ଼ ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି । କଳିକେଶଙ୍କୁ ନେତୃତ୍ୱ ଦେବା ପାଇଁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri