ହାତୀ ଚଲାପଥରେ ପାଇପ

କେନ୍ଦୁଝର,୧୭ା୬(ନରେଶ ପଟ୍ଟନାୟକ) କେନ୍ଦୁଝର ଜିଲାରେ ହାତୀପଲ ଖାଦ୍ୟ ଅନ୍ବେଷଣରେ ଗୋଟିଏ ଜଙ୍ଗଲରୁ ଅନ୍ୟ ଜଙ୍ଗଲକୁ ବୁଲୁଛନ୍ତି। ହାତୀ ଜଙ୍ଗଲରୁ ଅନ୍ୟ ଜଙ୍ଗଲକୁ ଯାତାୟାତ ବେଳେ ପ୍ରଶସ୍ତ ରାସ୍ତାଘାଟ ପାରହୋଇଯିବାକୁ ପଡୁଛି। ବିଶେଷ କରି ଜିଲାର ଏନ୍‌ଏଚ୍‌ ୨୦, ୪୯, ୫୨୦ ପାର ବେଳେ ଗାଡ଼ି, ବେଆଇନ ପାର୍କିଂ, ରାସ୍ତା କଡ଼ରେ ଖାଲଖମା ହାତୀଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଛି। ବର୍ତ୍ତମାନ କମ୍ପାନୀରୁ ଲୁହାପଥର ପରିବହନ ପାଇଁ ସ୍ଲରି ପାଇପ୍‌ ବିଛା କାମ ଚାଲିଥିବା ବେଳେ ହାତୀ ଚଲାପଥରେ ପାଇପ୍‌କୁ ବର୍ଷ ବର୍ଷ ଧରି ପକାଇ ରଖାଯାଇଛି। ବନ ବିଭାଗ ପ୍ରତିକାର କରିବା ପାଇଁ ରାସ୍ତାକଡ଼ରେ ସଚେତନତା ହୋର୍ଡିଂ ମାରି ଦାୟିତ୍ୱ ସାରି ଦେଉଛି।
ସହରରୁ ଘଟଗାଁ ଯିବା ବାଟରେ ରାସ୍ତାକଡ଼ରେ ଲୁହାପଥର ପରିବହନ ପାଇଁ ସ୍ଲରି ପାଇପ ବିଛା କାମ ଚାଲିଛି। ଦୀର୍ଘ ପ୍ରାୟ ୧ ବର୍ଷ ହେଲା ରାସ୍ତାକଡ଼ରେ ଜଙ୍ଗଲରେ ପାଇପ ବିଛାଇବା ପାଇଁ ଖନନ ଓ ପାଇପ ବିଛା ଚାଲିଥିବାରୁ ହାତୀ ଚଲାପଥ ପ୍ରଭାବିତ ହେଉଛି। କାମ କରୁଥିବା ସଂସ୍ଥା କାମ ବନ୍ଦ କରି ପାଇପଗୁଡ଼ିକୁ ପକାଇ ଛାଡ଼ି ଯାଇଥିବାରୁ ହାତୀ ଯାତାୟାତ କରିପାରୁନାହାନ୍ତି। ସେହିପରି ଅନେକ ସ୍ଥାନରେ ଖାଲ ଗୁଡ଼ିକକୁ ଠିକ୍‌ ଭାବରେ ପୋତାଯାଇନାହିଁ। ଫଳରେ ଖୋଳାଯାଇଥିବା ଖାଲ ହାତୀ ଓ ଅନ୍ୟ ବନ୍ୟପ୍ରାଣୀଙ୍କ ପାଇଁ ବିପଦର କାରଣ ହେଉଛି। ଏହି ରାସ୍ତାରେ ବନ ବିଭାଗ ତଥା ପ୍ରଶାସନିକ ବଡ଼ବାବୁମାନେ ଯାତାୟାତ କରୁଥିଲେ ହେଁ କାହାର ନଜର ପଡ଼ୁନାହିଁ। ଏ ନେଇ ସଦର ରେଞ୍ଚ ଅଧିକାରୀ ବିଜୟ କୁମାର ମହାନ୍ତ କହିଛନ୍ତି, କାମ କରୁଥିବା ସଂସ୍ଥାକୁ ହାତୀ ଚଳପ୍ରଚଳ ଅଞ୍ଚଳରେ ପାଇପ ପକାଇ ନ ରଖିବା, ଖାଲଖମା ପୋତିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri