ପାଇପ୍‌ ଫାଟି ରାସ୍ତାରେ ପାଣି ଜମୁଛି

ନାଉଗାଁ,୧୩ା୧(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଗୋଠଦା ଗ୍ରାମରେ ଦୀର୍ଘ ୧୫ ଦିନରୁ ଊର୍ଦ୍ଧ୍ୱ ହେବ ପାଣି ପାଇପ୍‌ ଫାଟିଯାଇଛି। ଫଳରେ ରାସ୍ତାରେ ପାଣି ଜମିବା ସହ ଲୋକେ ବିଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଦୀର୍ଘ ଦିନ ହେବ ପାଣି ଜମିବା ଫଳରେ ଗାଁ ପରିବେଶ ନଷ୍ଟ ହେଉଛି। ପାଣି ଜମି ରହୁଥିବା ସ୍ଥାନରୁ ଦୁର୍ଗନ୍ଧ ବାହାରୁଛି। ଏହା ନିକଟରେ ଗୋଠଦା ମହାଦେବ ମନ୍ଦିର ଥିବା ବେଳେ ୨ ପାର୍ଶ୍ୱରେ ବାସଗୃହ ରହିଛି। ସେଠାରେ ବସବାସ କରୁଥିବା ଲୋକେ ପୂତ୍ତିଗନ୍ଧମୟ ପରିବେଶ ଯୋଗୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମାତ୍ର ୨ ବିଭାଗର ଅଧିକାରୀ ପରସ୍ପର ଉପରେ ଦୋଷ ଲଦି ଚୁପ୍‌ ବସି ରହିଛନ୍ତି। ଏନେଇ ଜନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ ବିଭାଗ ପକ୍ଷରୁ ଗ୍ରାମାଞ୍ଚଳରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇ ପାଇପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯାଉଛି। ଗୋଠଦା ଗ୍ରାମରେ ୧୫ ଦିନ ତଳେ ବିଦ୍ୟୁତ୍‌ ବିଭାଗ ତରଫରୁ ଖୁଣ୍ଟ ପକାଯାଇ ବିଦ୍ୟୁତ ସଂଯୋଗ କରାଯାଉଛି। ଏନେଇ ମନ୍ଦିର ନିକଟସ୍ଥ ଗ୍ରାମ ଉନ୍ନୟନ ରାସ୍ତା ପାର୍ଶ୍ୱରେ ଯାଇଥିବା ପାଇପ୍‌ ଉପରେ ଖୋଳାଯାଇ ବିଦ୍ୟୁତ୍‌ ଖୁଂଟ ପକାଯାଇଛି। ଫଳରେ ସେଠାରେ ପାଣି ପାଇପ୍‌ ଫାଟି ଯାଇଛି। ସେଠାରୁ ପାଣି ବାହାରି ନଷ୍ଟ ହେବା ସହ ରାସ୍ତାରେ ଜମୁଛି। ଫଳରେ ଉକ୍ତ ଗ୍ରାମର ୫୦ ରୁ ଊର୍ଦ୍ଧ୍ୱ ପରିବାର ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହୋଇ ଅସୁବିଧା ଭୋଗୁଛନ୍ତି।
ଏ ସମ୍ପର୍କରେ ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ରଶ୍ମିରଞ୍ଜନ ଦାସ କହିଛନ୍ତି, ବିଦ୍ୟୁତ ବିଭାଗ ମନଇଚ୍ଛା ରାସ୍ତା ଖୋଳି ପାଇପ୍‌ ଲାଇନକୁ ଫଟାଇ ଦେଉଛନ୍ତି। ଏଥିପାଇଁ ବିଦ୍ୟୁତ୍‌ ବିଭାଗ ପକ୍ଷରୁ କୌଣସି ଲିଖିତ ଭାବେ ପାନୀୟ ଜଳ ବିଭାଗକୁ ଅବଗତ କରାଯାଇନାହିଁ। ଖୁବ୍‌ଶୀଘ୍ର ଏହି ପାଇପ୍‌ ଲାଇନ କାର୍ଯ୍ୟ କରାଯିବ ବୋଲି ସେ କହିଛନ୍ତି।
ଏ ସମ୍ପର୍କରେ ଟାଟାପାଓ୍ବାର ଲିଡ୍‌ ମ୍ୟାନେଜର ଦୀପକ ଭୂଇଁ କହିଛନ୍ତି, ପାଣି ପାଇପ୍‌ କେଉଁ ପଟେ ଯାଇଛି ସେ ବିଷୟରେ ସମ୍ପୃକ୍ତ ବିଭାଗ ପକ୍ଷରୁ ସୂଚନା ଦେବା କଥା। କିନ୍ତୁ କୌଣସି ସୂଚନା ଦିଆଯାଇ ନାହିଁ। ବିଦ୍ୟୁତ୍‌ ଖୁଣ୍ଟ ପକାଇବାବେଳେ ପାଣି ପାଇପ୍‌ ଅଜାଣତରେ ଫାଟି ଯାଇଥିବା କହିଛନ୍ତି। ଦୁଇ ବିଭାଗ ମଧ୍ୟରେ ତାଳମେଳ ରହୁ ନଥିବାରୁ ଲୋକେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ଏନେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri