ପାଇପ ବିଛା ପାଇଁ ରାସ୍ତା ଖୋଳା ଯାଉଛି, ପୋତା ଯାଉନି

ନାଉଗଁା,୨୦ା୧୨(ସ୍ବ.ପ୍ର.):ରାଜ୍ୟ ସରକାର ବସୁଧା ଯୋଜନାରେ ପ୍ରତି ଗ୍ରାମକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାର ବ୍ୟବସ୍ଥା କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଜଗତ୍‌ସିଂହପୁର ଜିଲା ନାଉଗଁା ବ୍ଲକର ବିଭିନ୍ନ ପଞ୍ଚାୟତରେ ଅର୍ଥ ଖର୍ଚ୍ଚ କରାଯାଇ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହେଉଛି। ପାଇପ ବିଛା ଯାଇ ପ୍ରତି ଗୃହକୁ ପାନୀୟ ଜଳ ଯୋଗାଇବାକୁ କାମ ଜାରି ରହିଛି। ପାଇପ ବିଛା ହେବା ବେଳେ ପୂର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ପଞ୍ଚାୟତ ରାସ୍ତା ପାର୍ଶ୍ୱ ଖୋଳା ଯାଉଛି। ମାତ୍ର ରାସ୍ତାପାର୍ଶ୍ୱ ଖୋଳାଯିବା ସମୟରେ ଶ୍ରମିକଙ୍କ ବଦଳରେ ଜେସିବି ମେଶିନ ବ୍ୟବହାର କରାଯାଉଥିବା ଅଭିଯୋଗ ହେଉଛି। ମେଶିନରେ ଖୋଳାଯିବା ଦ୍ୱାରା ଆବଶ୍ୟକଠାରୁ ଅଧିକ ଖୋଳା ଯାଉଛି। ବସୁଧା ଯୋଜନାରେ କାମ କରୁଥିବା ଠିକାଦାର ପାଇପ ସଂଯୋଗ ପାଇଁ ମନଇଚ୍ଛା ରାସ୍ତାପାର୍ଶ୍ୱ ଖୋଳି ୧୫ ଦିନରୁ ଅଧିକ ହେବ ପକାଇ ରଖିଛନ୍ତି। ଫଳରେ ଯାନବାହନ ଓ ଜନସାଧାରଣ ଯିବା ଆସିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ବସୁଧା ଯୋଜନାରେ ଯେଉଁ ସବୁ କାର୍ଯ୍ୟ ହେଉଛି ତାହାର ତଦାରଖ ଦାୟିତ୍ୱରେ ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ ବିଭାଗ ହାତରେ ନ୍ୟସ୍ତ ରହିଛି।
ନାଉଗଁା ବଜାରରୁ ଥାନା ଛକ ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ରାସ୍ତା, କୋକିଢିହ-ତେଲସରା ରାସ୍ତା, କୋକିଢିହଠାରୁ ବାଲିସାହି ପର୍ଯ୍ୟନ୍ତ ରାସ୍ତା, ଶିଖରଘାଟ-ବାଲିଭଉଁରୀ ମୁଖ୍ୟ ରାସ୍ତା, କୋକିଢିହଠାରୁ ମାରଡା ପର୍ଯ୍ୟନ୍ତ ରାସ୍ତା ଦୀର୍ଘଦିନ ହେବ ଖୋଳାଯାଇ ପଡି ରହିଛି। ରାସ୍ତାର ଦୁଇପାର୍ଶ୍ୱ ଖୋଳା ଯାଇ ଥିବାରୁ ରାତିରେ ଯାନବାହନ ଯିବା ସମୟରେ ଦୁର୍ଘଟଣା ଘଟିବାର ସମ୍ଭାବନା ମଧ୍ୟ ରହିଛି। ତେଣୁ ଖୋଳା ଯାଇଥିବା ରାସ୍ତାପାର୍ଶ୍ୱକୁ ଶୀଘ୍ର ପାଇପ ବିଛା କାମ କରି ପୋତା ଯିବାକୁ ସ୍ଥାନୀୟ ବାସିନ୍ଦା ପ୍ରଶାସନ ନିକଟରେ ଦାବି କରିଛନ୍ତି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ଯନ୍ତ୍ରୀ ବଳରାମ ସ୍ବାଇଁଙ୍କୁ ପଚାରିବାରେ ରାସ୍ତା ପାର୍ଶ୍ୱ ଖୋଳିବାକୁ ଅନୁମତି ଦିଆଯାଇଛି। ତୁରନ୍ତ କାମ ଶେଷ କରିବାକୁ ଠିକାଦାରଙ୍କୁ କୁହାଯାଇଥିବା ସେ କହିଛନ୍ତି। ଏ ସଂକ୍ରାନ୍ତରେ ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ରଶ୍ମି ରଞ୍ଜନ ଦାସଙ୍କୁ ପଚାରିବାରେ ଶୀଘ୍ର କାମ ଶେଷ କରି ରାସ୍ତାପାର୍ଶ୍ୱ ପୋତିବା ପାଇଁ ଠିକାଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri