ପାଇପ ବିଛା ପାଇଁ ରାସ୍ତା ଖୋଳା ଯାଉଛି, ପୋତା ଯାଉନି

ନାଉଗଁା,୨୦ା୧୨(ସ୍ବ.ପ୍ର.):ରାଜ୍ୟ ସରକାର ବସୁଧା ଯୋଜନାରେ ପ୍ରତି ଗ୍ରାମକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାର ବ୍ୟବସ୍ଥା କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଜଗତ୍‌ସିଂହପୁର ଜିଲା ନାଉଗଁା ବ୍ଲକର ବିଭିନ୍ନ ପଞ୍ଚାୟତରେ ଅର୍ଥ ଖର୍ଚ୍ଚ କରାଯାଇ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହେଉଛି। ପାଇପ ବିଛା ଯାଇ ପ୍ରତି ଗୃହକୁ ପାନୀୟ ଜଳ ଯୋଗାଇବାକୁ କାମ ଜାରି ରହିଛି। ପାଇପ ବିଛା ହେବା ବେଳେ ପୂର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ପଞ୍ଚାୟତ ରାସ୍ତା ପାର୍ଶ୍ୱ ଖୋଳା ଯାଉଛି। ମାତ୍ର ରାସ୍ତାପାର୍ଶ୍ୱ ଖୋଳାଯିବା ସମୟରେ ଶ୍ରମିକଙ୍କ ବଦଳରେ ଜେସିବି ମେଶିନ ବ୍ୟବହାର କରାଯାଉଥିବା ଅଭିଯୋଗ ହେଉଛି। ମେଶିନରେ ଖୋଳାଯିବା ଦ୍ୱାରା ଆବଶ୍ୟକଠାରୁ ଅଧିକ ଖୋଳା ଯାଉଛି। ବସୁଧା ଯୋଜନାରେ କାମ କରୁଥିବା ଠିକାଦାର ପାଇପ ସଂଯୋଗ ପାଇଁ ମନଇଚ୍ଛା ରାସ୍ତାପାର୍ଶ୍ୱ ଖୋଳି ୧୫ ଦିନରୁ ଅଧିକ ହେବ ପକାଇ ରଖିଛନ୍ତି। ଫଳରେ ଯାନବାହନ ଓ ଜନସାଧାରଣ ଯିବା ଆସିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ବସୁଧା ଯୋଜନାରେ ଯେଉଁ ସବୁ କାର୍ଯ୍ୟ ହେଉଛି ତାହାର ତଦାରଖ ଦାୟିତ୍ୱରେ ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ ବିଭାଗ ହାତରେ ନ୍ୟସ୍ତ ରହିଛି।
ନାଉଗଁା ବଜାରରୁ ଥାନା ଛକ ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ରାସ୍ତା, କୋକିଢିହ-ତେଲସରା ରାସ୍ତା, କୋକିଢିହଠାରୁ ବାଲିସାହି ପର୍ଯ୍ୟନ୍ତ ରାସ୍ତା, ଶିଖରଘାଟ-ବାଲିଭଉଁରୀ ମୁଖ୍ୟ ରାସ୍ତା, କୋକିଢିହଠାରୁ ମାରଡା ପର୍ଯ୍ୟନ୍ତ ରାସ୍ତା ଦୀର୍ଘଦିନ ହେବ ଖୋଳାଯାଇ ପଡି ରହିଛି। ରାସ୍ତାର ଦୁଇପାର୍ଶ୍ୱ ଖୋଳା ଯାଇ ଥିବାରୁ ରାତିରେ ଯାନବାହନ ଯିବା ସମୟରେ ଦୁର୍ଘଟଣା ଘଟିବାର ସମ୍ଭାବନା ମଧ୍ୟ ରହିଛି। ତେଣୁ ଖୋଳା ଯାଇଥିବା ରାସ୍ତାପାର୍ଶ୍ୱକୁ ଶୀଘ୍ର ପାଇପ ବିଛା କାମ କରି ପୋତା ଯିବାକୁ ସ୍ଥାନୀୟ ବାସିନ୍ଦା ପ୍ରଶାସନ ନିକଟରେ ଦାବି କରିଛନ୍ତି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ଯନ୍ତ୍ରୀ ବଳରାମ ସ୍ବାଇଁଙ୍କୁ ପଚାରିବାରେ ରାସ୍ତା ପାର୍ଶ୍ୱ ଖୋଳିବାକୁ ଅନୁମତି ଦିଆଯାଇଛି। ତୁରନ୍ତ କାମ ଶେଷ କରିବାକୁ ଠିକାଦାରଙ୍କୁ କୁହାଯାଇଥିବା ସେ କହିଛନ୍ତି। ଏ ସଂକ୍ରାନ୍ତରେ ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ରଶ୍ମି ରଞ୍ଜନ ଦାସଙ୍କୁ ପଚାରିବାରେ ଶୀଘ୍ର କାମ ଶେଷ କରି ରାସ୍ତାପାର୍ଶ୍ୱ ପୋତିବା ପାଇଁ ଠିକାଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

କର୍ଲାମୁଣ୍ତା କଅଁସିଲ ଗ୍ରାମରେ ଫେଲ୍ ମାରିଛି ବସୁଧା ଯୋଜନା, ବିଡ଼ିଓଙ୍କ ଦ୍ବାରସ୍ଥ ହେଇ ଗ୍ରାମବାସୀ କହିଲେ….

ରିଷିଡା,୧।୭(ସୁଶାନ୍ତ ମଲ୍ଲିକ): ବିଡ଼ିଓଙ୍କ ଦ୍ବାରସ୍ଥ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ କଅଁସିଲ ଗ୍ରାମର ଗ୍ରାମବାସୀ। ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ସରକାରଙ୍କ ‘ବସୁଧା ଯୋଜନା’…

ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍‌ଏମ୍‌ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri