![](https://www.dharitri.com/wp-content/uploads/2021/03/Daily-Photo-IMP-45.jpg)
ଭୁବନେଶ୍ୱର,୨୩।୩(ବ୍ୟୁରୋ): ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ। ମାର୍ଚ୍ଚ ୩୦ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ। ମାର୍ଚ୍ଚ ୩୧ ତାରିଖରେ ଦାଖଲ ନାମାଙ୍କନପତ୍ର ଗଡ଼ିକୁ ଯାଞ୍ଚ କରାଯିବ। ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ଏପ୍ରିଲ ୩ ।