ପିପିଲି ଉପନିର୍ବାଚନ: ଆସନ୍ତାକାଲି ରୁଦ୍ରଙ୍କ ପାଇଁ ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ୩ ପ୍ରମୁଖ ଦଳ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି। ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ତଥା ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ପାଇଁ ଆସନ୍ତାକାଲି ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପିପିଲି ବ୍ଲକ ଓ ଏନ୍‌ଏସି ପାଇଁ ସେ ପ୍ରଚାର କରିବେ। ଏନେଇ ପିପିଲି ବ୍ଲକର ୩ଟି ସ୍ଥାନରେ ବ୍ୟବସ୍ଥା ହୋଇଛି। ଡେଲାଙ୍ଗ ରେଞ୍ଜ, ବଡ଼ ଆଙ୍କୁଲା ଓ ସିଙ୍ଗ ବ୍ରହ୍ମପୁର ପାଇଁ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ପ୍ରଚାର କରିବେ।