ପିପିଲି ଉପନିର୍ବାଚନ: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ବାସ୍ଥ୍ୟାବସ୍ଥା ମୁଖ୍ୟମନ୍ତ୍ରୀ ପଚାରି ବୁଝିଛନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ଅଜିତ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ଜାଣିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ଭାଇଙ୍କୁ ଫୋନ କରି ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । ଏହାସହ ଅଜିତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
ସୂଚନାଯୋଗ୍ୟ, ଅଜିତ ନିକଟରେ ନିର୍ବାଚନ ପ୍ରଚାର ସମୟରେ ଅସୁସ୍ଥ ହୋଇ ପଡ଼ିଥିଲେ। ଚିକିତ୍ସାପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ପରେ ତାଙ୍କର କୋଭିଡ ରିପୋର୍ଟ ପଜିଟିଭ୍‌ ଆସିଥିଲା ।