ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ବାଜିଲା ବିଗୁଲ। ବହୁ ଚର୍ଚ୍ଚିତ ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଏପ୍ରିଲ ୧୭ ତାରିଖରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ମାର୍ଚ୍ଚ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ ଦାଖଲର ଶେଷ ତାରିଖ ମାର୍ଚ୍ଚ ୩୦ ତାରିଖ ରହିଛି। ସେହିଭଳି ଶେଷ ତାରିଖ ଏପ୍ରିଲ ୩ ସୁଦ୍ଧା ଏହାକୁ ପ୍ରତ୍ୟାହାର କରିହେବ। ପରେ ମେ’ ୨ ତାରିଖରେ ଭୋଟ ଗଣତି ଏବଂ ରେଜଲ୍ଟ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି। ତେବେ ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଉକ୍ତ ଆସନଟି ଖାଲି ପଡ଼ିଥିଲା।