ତାଳଚେର,୨୦।୪(ନି.ପ୍ର.): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ରବିବାର ରାତିରେ ଚିହ୍ନଟ ହୋଇଛି। ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିର ପଶ୍ଚିମ ଦିଗରେ ପ୍ରାୟ ଏକ କିଲୋମିଟର ଦୂର ଉଚ୍ଚ ବିଦ୍ୟାଳୟ ପାଚେରି ନିକଟସ୍ଥ ପଡିଆରେ ମା’ ଅଗ୍ନିରୂପା ଆବିର୍ଭାବ ହୋଇଛନ୍ତି। ରବିବାର ମଧ୍ୟ ରାତ୍ରିରେ ଦେହୁରୀ ମା’ଙ୍କୁ ଶାବରୀ ମନ୍ତ୍ରରେ ଆରାଧନା କରି ବଶୀଭୂତ କରିବା ସହ କୋଇଲା ସଂଯୋଗ କରି ଉଭାସ୍ଥଳୀ ଚିହ୍ନଟ କରିଥିଲେ। ତେବେ କୋରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମା’ଙ୍କ ଉଭାସ୍ଥଳୀ ନିକଟକୁ ଶ୍ରଦ୍ଧାଳୁମାନଙ୍କୁ ବାରଣ କରାଯାଇଛି। ତେଣୁ ଆବିର୍ଭାବସ୍ଥଳୀରେ ପୋଲିସ ମୁତୟନ କରାଯାଇଛି। ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ଯାତ୍ରା ଆସନ୍ତା ୨୬ ତାରିଖ ଠାରୁ ଆରମ୍ଭ ହେଉଥିଲେ ମଧ୍ୟ ସେଥିରେ କୌଣସି ଭକ୍ତ ଯୋଗଦେଇ ପାରିବେ ନାହିଁ ବୋଲି ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ମା’ଙ୍କ ଏହି ବାର୍ଷିକ ଯାତ୍ରା କେବଳ ପାରମ୍ପରିକ ରୀତିନୀତି ଅନୁଯାୟୀ ସମ୍ପନ୍ନ କରାଯିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର କରାଯାଇଛି।
Posted inଅନୁଗୋଳ, ଆମ ଜିଲା ଖବର View All
ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…
ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…
ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…
ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…
ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ
ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…
ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ
ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…
ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର
କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…
ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା
ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…
କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ
ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…
ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି
ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

