ପିପିଲି ଉପନିର୍ବାଚନ ଭୋଟ ଗଣତି ନିମନ୍ତେ ତାଲିମ

ପୁରୀ ଅଫିସ, ୨୫।୯:ପିପିଲି ଉପନିର୍ବାଚନ ଭୋଟ ଗଣତି ପାଇଁ ଶୁକ୍ରବାର ପୁରୀ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ସୁପରଭାଇଜର ଓ କାଉଣ୍ଟିଂ ଆସିଷ୍ଟାଣ୍ଟମାନଙ୍କୁ ତାଲିମ ଦିଆଯାଇଛି। ଆସନ୍ତା ୩୦ ତାରିଖରେ ମତଦାନ ହୋଇ ଅକ୍ଟୋବର ୩ରେ ଭୋଟଗଣତି ହେବ। ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ ସାହୁ ତାଲିମ ପ୍ରଦାନ କରିଥିଲେ। ଗଣତି ପାଇଁ ଦୁଇଟି କକ୍ଷରେ ୧୪ଟି ଟେବୁଲ ଏବଂ ଅନ୍ୟ ଗୋଟିଏ ଟେବୁଲରେ ପୋଷ୍ଟାଲ ବାଲଟ ଗଣତି କରାଯିବ। ଗଣତି ସମ୍ବନ୍ଧୀୟ ସମସ୍ତ ପ୍ରସଙ୍ଗ ଉପରେ ତାଲିମ ଦିଆଯାଇଥିଲା। ଆସନ୍ତା ୨୮ ତାରିଖରେ ପୋଲିଂ ପାର୍ଟି ପିପିଲି ଓ ଡେଲାଙ୍ଗରେ ଥିବା ବୁଥ୍‌ ଯାତ୍ରା କରିବେ। ଏଥିନିମନ୍ତେ ପେଣ୍ଠକଟାସ୍ଥିତ ୱେୟାର ହାଉସ୍‌ରେ ପ୍ରସ୍ତୁତି କରାଯାଇଛି। ଆସନ୍ତା ୩୦ ତାରିଖରେ ଭୋଟ ଗ୍ରହଣ ସାରି ପୋଲିଂ ଦଳ ଆସିବା ପରେ ଇଭିଏମ୍‌ଗୁଡ଼ିକୁ ସୁରକ୍ଷିତ ରଖାଯିବାର ପ୍ରସ୍ତୁତି ସରିଛି। ଏହି ଅବସରରେ ସାଧାରଣ ପର୍ଯ୍ୟବେକ୍ଷକ ଏମ୍‌. ବୀରବ୍ରହ୍ମୟା, ଅତିରିକ୍ତ ଜିଲାପାଳ ତଥା ରିଟର୍ନିଂ ଅଧିକାରୀ ପ୍ରଦୀପ ସାହୁ, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତି ଶଙ୍କର ମହାପାତ୍ର, ଅତିରିକ୍ତ ଜିଲାପାଳ ସୁବାସନାଥ ଶର୍ମା, ଡେପୁଟି କଲେକ୍ଟର ସୁମନ୍ତ କର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri