ପିପିଲି ଉପନିର୍ବାଚନ ଭୋଟ ଗଣତି ନିମନ୍ତେ ତାଲିମ

ପୁରୀ ଅଫିସ, ୨୫।୯:ପିପିଲି ଉପନିର୍ବାଚନ ଭୋଟ ଗଣତି ପାଇଁ ଶୁକ୍ରବାର ପୁରୀ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ସୁପରଭାଇଜର ଓ କାଉଣ୍ଟିଂ ଆସିଷ୍ଟାଣ୍ଟମାନଙ୍କୁ ତାଲିମ ଦିଆଯାଇଛି। ଆସନ୍ତା ୩୦ ତାରିଖରେ ମତଦାନ ହୋଇ ଅକ୍ଟୋବର ୩ରେ ଭୋଟଗଣତି ହେବ। ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ ସାହୁ ତାଲିମ ପ୍ରଦାନ କରିଥିଲେ। ଗଣତି ପାଇଁ ଦୁଇଟି କକ୍ଷରେ ୧୪ଟି ଟେବୁଲ ଏବଂ ଅନ୍ୟ ଗୋଟିଏ ଟେବୁଲରେ ପୋଷ୍ଟାଲ ବାଲଟ ଗଣତି କରାଯିବ। ଗଣତି ସମ୍ବନ୍ଧୀୟ ସମସ୍ତ ପ୍ରସଙ୍ଗ ଉପରେ ତାଲିମ ଦିଆଯାଇଥିଲା। ଆସନ୍ତା ୨୮ ତାରିଖରେ ପୋଲିଂ ପାର୍ଟି ପିପିଲି ଓ ଡେଲାଙ୍ଗରେ ଥିବା ବୁଥ୍‌ ଯାତ୍ରା କରିବେ। ଏଥିନିମନ୍ତେ ପେଣ୍ଠକଟାସ୍ଥିତ ୱେୟାର ହାଉସ୍‌ରେ ପ୍ରସ୍ତୁତି କରାଯାଇଛି। ଆସନ୍ତା ୩୦ ତାରିଖରେ ଭୋଟ ଗ୍ରହଣ ସାରି ପୋଲିଂ ଦଳ ଆସିବା ପରେ ଇଭିଏମ୍‌ଗୁଡ଼ିକୁ ସୁରକ୍ଷିତ ରଖାଯିବାର ପ୍ରସ୍ତୁତି ସରିଛି। ଏହି ଅବସରରେ ସାଧାରଣ ପର୍ଯ୍ୟବେକ୍ଷକ ଏମ୍‌. ବୀରବ୍ରହ୍ମୟା, ଅତିରିକ୍ତ ଜିଲାପାଳ ତଥା ରିଟର୍ନିଂ ଅଧିକାରୀ ପ୍ରଦୀପ ସାହୁ, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତି ଶଙ୍କର ମହାପାତ୍ର, ଅତିରିକ୍ତ ଜିଲାପାଳ ସୁବାସନାଥ ଶର୍ମା, ଡେପୁଟି କଲେକ୍ଟର ସୁମନ୍ତ କର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri