ଉପନିର୍ବାଚନ ପାଇଁ ରଣନୀତି: ପିପିଲି ଦାୟିତ୍ୱରେ ବିଜେଡି ନେତାଙ୍କ ତାଲିକା

ଭୁବନେଶ୍ୱର, ୨୦।୩(ବ୍ୟୁରୋ): ପିପିଲି ଉପନିର୍ବାଚନ ୧୭ ଏପ୍ରିଲରେ ଅନୁଷ୍ଠିତ ହେବ। ପିପିଲିବାସୀଙ୍କ ଭୋଟକୁ ନିଜ ସପକ୍ଷରେ ନେବା ପାଇଁ ଶାସକ ବିଜେଡି ପ୍ରସ୍ତୁତି ଆରମ୍ଭ କରିଛି। ଏଥିପାଇଁ ଗୋଟିଏ ଗୋଟିଏ ପଞ୍ଚାୟତରେ ଏକାଧିକ ନେତାକୁ ଦାୟିତ୍ୱ ଦିଆଯାଇଛି। ମୁଖ୍ୟତଃ ପିପିଲି ଏବଂ ଡେଲାଙ୍ଗ ଉପରେ ଦଳ ମାତ୍ରାଧିକ ଗୁରୁତ୍ୱ ଦେଇଛି। ମନ୍ତ୍ରୀ ସମୀରରଞ୍ଜନ ଦାସ ଏବଂ ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କୁ ପିପିଲି ବ୍ଲକ୍‌ ଦାୟିତ୍ୱ ଦିଆଯାଇଛି। ପିପିଲି ବ୍ଲକ୍‌ ଅଞ୍ଚଳରେ ୨୫ଟି ଗ୍ରାମପଞ୍ଚାୟତ ରହିଛି। ପ୍ରତ୍ୟେକ ପଞ୍ଚାୟତ ଦାୟିତ୍ୱରେ ଜଣେ ଲେଖାଏ ବିଧାୟକ ଏବଂ ବରିଷ୍ଠ ନେତା ଅଛନ୍ତି। ଗୋଟିଏ ଗୋଟିଏ ପଞ୍ଚାୟତରେ ୫ଜଣ ଲେଖାଏଁ ଦାୟିତ୍ୱରେ ରହିଛନ୍ତି। ସେହିପରି ଡେଲାଙ୍ଗ ବ୍ଲକ୍‌ ଦାୟିତ୍ୱ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଦିଆଯାଇଛି। ଏହି ବ୍ଳକରେ ୩ରୁ ୪ଟି ଲେଖାଏ ପଞ୍ଚାୟତ ଦାୟିତ୍ୱ ଜଣେ ଲେଖାଏ ବିଧାୟକ ଓ ବରିଷ୍ଠ ନେତାଙ୍କୁ ଦିଆଯାଇଛି। ସେହିପରି ବିଧାୟକ ସୁଧୀର କୁମାର ସାମଲଙ୍କୁ ପିପିଲି ଏନ୍‌ଏଏସିର ୧୬ଟି ଓ୍ବାର୍ଡ ଦାୟିତ୍ୱ ଦିଆଯାଇଛି। ତାଙ୍କ ଅଧୀନରେ ମଧ୍ୟ ଏକାଧିକ ନେତା ଅଛନ୍ତି, ଯେଉଁମାନେ ଏକ ପାଖିଆ ଭାବେ ଏନ୍‌ଏଏସି ବୁଥ୍‌କୁ ନିଜ ସପକ୍ଷରେ ନେବାକୁ ଚେଷ୍ଟା କରିବେ। ଶାସକ ଦଳ ପକ୍ଷରୁ ପ୍ରକାଶ କରାଯାଇଥିବା ଏହି ତାଲିକାରେ ବହୁ ନୂଆ ଚେହେରାକୁ ଦେଖିବାକୁ ମିଳୁଛି। ଦଳର ଅନୁଭବୀ ଏବଂ ଅଭିଜ୍ଞ ନେତା ଏପର୍ଯ୍ୟନ୍ତ ତାଲିକାରେ ସାମିଲ ହୋଇନାହନ୍ତି। ପିପିଲି ପାଇଁ ଆଗକୁ ଆଉ ଏକ ତାଲିକା ପ୍ରକାଶ ପାଇବ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri