ପିପିଲି ଉପନିର୍ବାଚନ ଲାଗି କାଉଣ୍ଟଡାଉନ୍‌ ଆରମ୍ଭ

ଭୁବନେଶ୍ୱର(ବ୍ୟୁରୋ)/ପୁରୀ ଅଫିସ,୨୯।୯: ଗୁରୁବାର ପିପିଲି ଉପନିର୍ବାଚନ ଲାଗି ଭୋଟଗ୍ରହଣ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବାକୁ ଥିବା ବେଳେ ପୋଲିଂ ପାର୍ଟି ବୁଥ୍‌ରେ ପହଞ୍ଚିଛନ୍ତି।

ମତଦାନକୁ ଦୃଷ୍ଟିରେ ରଖି ନିର୍ବାଚନମଣ୍ଡଳୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କୋଭିଡ ଗାଇଡଲାଇନ୍‌ ଅନୁଯାୟୀ ବୁଥ୍‌ରେ ସାମାଜିକ ଦୂରତ୍ୱ ସହ ମାସ୍କ, ସାନିଟାଇଜର୍‌ ଆଦି ବ୍ୟବସ୍ଥା କରାଯାଇଛି। ଟିକାର ଡବଲ୍‌ ଡୋଜ୍‌ ନେଇଥିବା କର୍ମଚାରୀଙ୍କୁ ହିଁ ନିର୍ବାଚନ ପ୍ରକ୍ରିୟାରେ ସାମିଲ କରାଯିବ ବୋଲି ଜଣାପଡ଼ିଛି। ପ୍ରତି ବୁଥ୍‌ରେ ହଜାରେ ଭୋଟରଙ୍କ ମତଦାନ ଲାଗି ବ୍ୟବସ୍ଥା ହୋଇଛି। ଥର୍ମାଲ ସ୍କାନିଂ ସହ ବୁଥ୍‌ରେ ସାମାଜିକ ଦୂରତ୍ୱ ରକ୍ଷା କରାଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। କେହି ଜ୍ୱରରେ ପୀଡ଼ିତ ଥିଲେ ସେ ଶେଷ ଘଣ୍ଟାରେ ଆସି ମତଦାନ କରିବେ।

ଏହି ଉପନିର୍ବାଚନରେ ପିପିଲିର ୨ ଲକ୍ଷ ୨୯ହଜାର ୯୯୮ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ମତଦାନ ପାଇଁ ୩୪୮ କେନ୍ଦ୍ର କରାଯାଇଥିବା ବେଳେ ସେଥିରୁ ୨୦୧ ସମ୍ବେଦନଶୀଳ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri