ଚାଲିଛି ପିରାହ୍ନା ମାଛଚାଷ

କେନ୍ଦ୍ରାପଡ଼ା ଅଫିସ, ୧୧ା୩:ରୂପଚାନ୍ଦି ମାଛ ଖାଇବାକୁ ସୁସ୍ବାଦୁ। ଏହାର ଶରୀର ମାତ୍ର ଗୋଟିଏ କଣ୍ଟ(ହାଡ)ରେ ରହିଛି। ତେବେ ପିରାହ୍ନା ପ୍ରଜାତିର ଏହି ମାଛଙ୍କ ବାସସ୍ଥଳୀ ଅଞ୍ଚଳର ସମଗ୍ର ଜୈବବିବିଧତାକୁ ନଷ୍ଟ କରି ଦେଇଥାଏ। ଏହି ମାଛଚାଷ ବନ୍ଦ ପାଇଁ ନିଉଗୁଏନା ସମେତ ବିଭିନ୍ନ ଦେଶ ଆଇନ ପ୍ରଣୟନ କରିଛନ୍ତି। ନବଜାତକ କୁମ୍ଭୀର ଓ ସାମୁଦ୍ରିକ ଜୀବଙ୍କ ଆହାରକୁ ସଂଘବଦ୍ଧ ଭାବେ ରହୁଥିବା ଏହି ପିରାହ୍ନା ମାଛ ଅକ୍ଲେଶରେ ଖାଇ ଦେଇଥାନ୍ତି। ଏପରିକି ଗୋଟିଏ ଗାଈର ଶବକୁ ମାତ୍ର କେତୋଟି ମିନିଟ୍‌ ମଧ୍ୟରେ ଖାଇ ଦେବାର କ୍ଷମତା ରଖିଛନ୍ତି ବୋଲି ପ୍ରାଣୀ ବିଜ୍ଞାନୀ ଗବେଷକ ଦେବୀ ପ୍ରସାଦ ସାହୁ ପ୍ରକାଶ କରିଛନ୍ତି। ପିରାହ୍ନା ପ୍ରଜାତିର ମାଛଚାଷ ଏବେ ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ନାଳ, ନଦୀ ଓ ପୋଖରୀରେ ପ୍ରଚୁର ପରିମାଣରେ ଦେଖିବାକୁ ମିଳୁଛି। ଚିଙ୍ଗୁଡି ଘେରି ଜାତୀୟ ଉଦ୍ୟାନ ପାଇଁ ବିପଦ ସାଜିଥିବା ବେଳେ ପିରାହ୍ନା ଚାଷ ସମଗ୍ର ଜୈବବିବିଧତାକୁ ନଷ୍ଟ କରିବ ବୋଲି ପରିବେଶବିତ୍‌ମାନେ ମତ ଦେଇଛନ୍ତି।
ରାଜନଗରର ଅଶୋକ କୁମାର ସାମଲ କହିଛନ୍ତି, ଭିତରକନିକାର ପରିବେଶ ସୁରକ୍ଷା ଏବେ ଅଣାୟତ୍ତ ହୋଇଛି। ଚିଙ୍ଗୁଡି ଘେରି ବଢ଼ିଚାଲିଥିବା ବେଳେ ୫ ବର୍ଷ ଧରି ରୂପଚାନ୍ଦି ମାଛଚାଷ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ହେଉଛି। ଜାତୀୟ ଉଦ୍ୟାନର ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଥିବା ନାଳ ଓ ପୋଖରୀରେ ମାଛଚାଷ ହେବା ଯୋଗୁ ପରିବେଶ ସନ୍ତୁଳନ ନଷ୍ଟ ହେଉଛି। ଜାତୀୟ ଉଦ୍ୟାନର ସୁଦୀର୍ଘ ଘଞ୍ଚଜଙ୍ଗଲ, ପଶୁପକ୍ଷୀ, ସାମୁଦ୍ରିକ ତଟାଞ୍ଚଳର ପରିବେଶ ଦେଶବିଦେଶର ପର୍ଯ୍ୟଟକଙ୍କୁ ଆକର୍ଷିତ କରେ। ଏଥିସହ ଅଲିଭ୍‌ରିଡ୍‌ଲେଙ୍କ ଅନ୍ତୁଡିଶାଳ, ବଉଳା କୁମ୍ଭୀର, ଡଲ୍‌ଫିନ ଆଦି ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇଛି। ଚିଙ୍ଗୁଡ଼ି ଘେରି ଓ ପିରାହ୍ନା ପ୍ରଜାତିର ମାଛଚାଷ ଯୋଗୁ ଜଙ୍ଗଲ ବ୍ୟବସାୟୀଙ୍କ କବଳକୁ ଚାଲିଯାଉଛି ବୋଲି ସେ ମତବ୍ୟକ୍ତ କରିଛନ୍ତି। ସାମାଜିକ କର୍ମୀ ପ୍ରତାପ ପାଢ଼ୀ କହିଛନ୍ତି, ଭିତରକନିକାର ସୁରକ୍ଷା ପାଇଁ ହାଇକୋର୍ଟରେ ବିଭିନ୍ନ ସମୟରେ ଜନସ୍ବାର୍ଥ ମାମଲା ରୁଜୁ ହେଉଛି। ଏହାର ପରିଧି ମଧ୍ୟରେ ଥିବା ବେଆଇନ ଚିଙ୍ଗୁଡିଘେରି ଉଚ୍ଛେଦକୁ ଗୁରୁତ୍ୱ ଦିଆଯାଇଛି। ନିକଟରେ ଅଲିଭରିଡ୍‌ଲେଙ୍କ ମୃତ୍ୟୁର ଯାଞ୍ଚ ପାଇଁ ଏକ ୩ ଜଣିଆ କମିଟି ସହ ଆମିକସକ୍ୟୁରୀ ମୋହିତ ଅଗ୍ରୱାଲ ଆସିଥିଲେ। ତଦନ୍ତ ସାରି ଫେରିଛନ୍ତି। ତେବେ ଏହି ଗସ୍ତ ସମୟରେ ମାଛଘେରି ସଂଖ୍ୟା ବୃଦ୍ଧି ପାଇଥିବା ଲକ୍ଷ୍ୟ କରିଛନ୍ତି। ଏଥିପାଇଁ ଜାତୀୟ ଉଦ୍ୟାନ ଓ ଆଖପାଖ ଅଞ୍ଚଳରେ ଚିଙ୍ଗୁଡି ଘେରି ଉଚ୍ଛେଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାଛଚାଷ ଫଳରେ ଏହାର ବିଷାକ୍ତ ବର୍ଜ୍ୟବସ୍ତୁ ଜଙ୍ଗଲକୁ ଧ୍ୱଂସ କରୁଥିବା ସେ ପ୍ରକାଶ କରିଛନ୍ତି। ପରିବେଶବିତ୍‌ ସୁନୀଲ କୁମାର ଗନ୍ତାୟତ କହିଛନ୍ତି, ଜାତୀୟ ଉଦ୍ୟାନ ମଧ୍ୟରେ ଥିବା ଜଙ୍ଗଲ ଜମି ସ୍ଥାନୀୟ ରାଜନେତାଙ୍କ ଭୋଟବ୍ୟାଙ୍କ ସାଜିଛି। ଅନୁପ୍ରବେଶକାରୀ ଏହି ଜମିକୁ ଜବରଦଖଲ କରି ରହିବା ସହ ମାଛଚାଷ, ପଶୁପକ୍ଷୀଙ୍କ ଶିକାର ସହ ଗଛ ନଷ୍ଟ କରୁଛନ୍ତି। ଅନୁପ୍ରବେଶକାରୀଙ୍କୁ ରୋକା ନ ଗଲେ ଭିତରକନିକା ଶ୍ରୀହୀନ ହୋଇଯିବ ବୋଲି ସେ ଆଶଙ୍କା ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଡିଏଫ୍‌ଓ ବିକାଶ ରଞ୍ଜନ ଦାଶଙ୍କୁ ପଚାରିବାରେ ଭିତରକନିକାକୁ ଅବାଧ ପ୍ରବେଶ ନିଷେଧ ହୋଇଛି। ଏଠାରେ ଥିବା ଚିଙ୍ଗୁଡ଼ି ଘେରିକୁ ଜିଲା ପ୍ରଶାସନ ସହାୟତାରେ ଭଙ୍ଗାଯାଉଛି। ପିରାହ୍ନା ଚାଷ ସମ୍ପର୍କରେ ଜାଣି ନ ଥିବା କହିବା ସହ ଏ ନେଇ ତଦନ୍ତ କରିବେ ବୋଲି ସେ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri