ଚାଲିଛି ପିରାହ୍ନା ମାଛଚାଷ

କେନ୍ଦ୍ରାପଡ଼ା ଅଫିସ, ୧୧ା୩:ରୂପଚାନ୍ଦି ମାଛ ଖାଇବାକୁ ସୁସ୍ବାଦୁ। ଏହାର ଶରୀର ମାତ୍ର ଗୋଟିଏ କଣ୍ଟ(ହାଡ)ରେ ରହିଛି। ତେବେ ପିରାହ୍ନା ପ୍ରଜାତିର ଏହି ମାଛଙ୍କ ବାସସ୍ଥଳୀ ଅଞ୍ଚଳର ସମଗ୍ର ଜୈବବିବିଧତାକୁ ନଷ୍ଟ କରି ଦେଇଥାଏ। ଏହି ମାଛଚାଷ ବନ୍ଦ ପାଇଁ ନିଉଗୁଏନା ସମେତ ବିଭିନ୍ନ ଦେଶ ଆଇନ ପ୍ରଣୟନ କରିଛନ୍ତି। ନବଜାତକ କୁମ୍ଭୀର ଓ ସାମୁଦ୍ରିକ ଜୀବଙ୍କ ଆହାରକୁ ସଂଘବଦ୍ଧ ଭାବେ ରହୁଥିବା ଏହି ପିରାହ୍ନା ମାଛ ଅକ୍ଲେଶରେ ଖାଇ ଦେଇଥାନ୍ତି। ଏପରିକି ଗୋଟିଏ ଗାଈର ଶବକୁ ମାତ୍ର କେତୋଟି ମିନିଟ୍‌ ମଧ୍ୟରେ ଖାଇ ଦେବାର କ୍ଷମତା ରଖିଛନ୍ତି ବୋଲି ପ୍ରାଣୀ ବିଜ୍ଞାନୀ ଗବେଷକ ଦେବୀ ପ୍ରସାଦ ସାହୁ ପ୍ରକାଶ କରିଛନ୍ତି। ପିରାହ୍ନା ପ୍ରଜାତିର ମାଛଚାଷ ଏବେ ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ନାଳ, ନଦୀ ଓ ପୋଖରୀରେ ପ୍ରଚୁର ପରିମାଣରେ ଦେଖିବାକୁ ମିଳୁଛି। ଚିଙ୍ଗୁଡି ଘେରି ଜାତୀୟ ଉଦ୍ୟାନ ପାଇଁ ବିପଦ ସାଜିଥିବା ବେଳେ ପିରାହ୍ନା ଚାଷ ସମଗ୍ର ଜୈବବିବିଧତାକୁ ନଷ୍ଟ କରିବ ବୋଲି ପରିବେଶବିତ୍‌ମାନେ ମତ ଦେଇଛନ୍ତି।
ରାଜନଗରର ଅଶୋକ କୁମାର ସାମଲ କହିଛନ୍ତି, ଭିତରକନିକାର ପରିବେଶ ସୁରକ୍ଷା ଏବେ ଅଣାୟତ୍ତ ହୋଇଛି। ଚିଙ୍ଗୁଡି ଘେରି ବଢ଼ିଚାଲିଥିବା ବେଳେ ୫ ବର୍ଷ ଧରି ରୂପଚାନ୍ଦି ମାଛଚାଷ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ହେଉଛି। ଜାତୀୟ ଉଦ୍ୟାନର ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଥିବା ନାଳ ଓ ପୋଖରୀରେ ମାଛଚାଷ ହେବା ଯୋଗୁ ପରିବେଶ ସନ୍ତୁଳନ ନଷ୍ଟ ହେଉଛି। ଜାତୀୟ ଉଦ୍ୟାନର ସୁଦୀର୍ଘ ଘଞ୍ଚଜଙ୍ଗଲ, ପଶୁପକ୍ଷୀ, ସାମୁଦ୍ରିକ ତଟାଞ୍ଚଳର ପରିବେଶ ଦେଶବିଦେଶର ପର୍ଯ୍ୟଟକଙ୍କୁ ଆକର୍ଷିତ କରେ। ଏଥିସହ ଅଲିଭ୍‌ରିଡ୍‌ଲେଙ୍କ ଅନ୍ତୁଡିଶାଳ, ବଉଳା କୁମ୍ଭୀର, ଡଲ୍‌ଫିନ ଆଦି ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇଛି। ଚିଙ୍ଗୁଡ଼ି ଘେରି ଓ ପିରାହ୍ନା ପ୍ରଜାତିର ମାଛଚାଷ ଯୋଗୁ ଜଙ୍ଗଲ ବ୍ୟବସାୟୀଙ୍କ କବଳକୁ ଚାଲିଯାଉଛି ବୋଲି ସେ ମତବ୍ୟକ୍ତ କରିଛନ୍ତି। ସାମାଜିକ କର୍ମୀ ପ୍ରତାପ ପାଢ଼ୀ କହିଛନ୍ତି, ଭିତରକନିକାର ସୁରକ୍ଷା ପାଇଁ ହାଇକୋର୍ଟରେ ବିଭିନ୍ନ ସମୟରେ ଜନସ୍ବାର୍ଥ ମାମଲା ରୁଜୁ ହେଉଛି। ଏହାର ପରିଧି ମଧ୍ୟରେ ଥିବା ବେଆଇନ ଚିଙ୍ଗୁଡିଘେରି ଉଚ୍ଛେଦକୁ ଗୁରୁତ୍ୱ ଦିଆଯାଇଛି। ନିକଟରେ ଅଲିଭରିଡ୍‌ଲେଙ୍କ ମୃତ୍ୟୁର ଯାଞ୍ଚ ପାଇଁ ଏକ ୩ ଜଣିଆ କମିଟି ସହ ଆମିକସକ୍ୟୁରୀ ମୋହିତ ଅଗ୍ରୱାଲ ଆସିଥିଲେ। ତଦନ୍ତ ସାରି ଫେରିଛନ୍ତି। ତେବେ ଏହି ଗସ୍ତ ସମୟରେ ମାଛଘେରି ସଂଖ୍ୟା ବୃଦ୍ଧି ପାଇଥିବା ଲକ୍ଷ୍ୟ କରିଛନ୍ତି। ଏଥିପାଇଁ ଜାତୀୟ ଉଦ୍ୟାନ ଓ ଆଖପାଖ ଅଞ୍ଚଳରେ ଚିଙ୍ଗୁଡି ଘେରି ଉଚ୍ଛେଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାଛଚାଷ ଫଳରେ ଏହାର ବିଷାକ୍ତ ବର୍ଜ୍ୟବସ୍ତୁ ଜଙ୍ଗଲକୁ ଧ୍ୱଂସ କରୁଥିବା ସେ ପ୍ରକାଶ କରିଛନ୍ତି। ପରିବେଶବିତ୍‌ ସୁନୀଲ କୁମାର ଗନ୍ତାୟତ କହିଛନ୍ତି, ଜାତୀୟ ଉଦ୍ୟାନ ମଧ୍ୟରେ ଥିବା ଜଙ୍ଗଲ ଜମି ସ୍ଥାନୀୟ ରାଜନେତାଙ୍କ ଭୋଟବ୍ୟାଙ୍କ ସାଜିଛି। ଅନୁପ୍ରବେଶକାରୀ ଏହି ଜମିକୁ ଜବରଦଖଲ କରି ରହିବା ସହ ମାଛଚାଷ, ପଶୁପକ୍ଷୀଙ୍କ ଶିକାର ସହ ଗଛ ନଷ୍ଟ କରୁଛନ୍ତି। ଅନୁପ୍ରବେଶକାରୀଙ୍କୁ ରୋକା ନ ଗଲେ ଭିତରକନିକା ଶ୍ରୀହୀନ ହୋଇଯିବ ବୋଲି ସେ ଆଶଙ୍କା ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଡିଏଫ୍‌ଓ ବିକାଶ ରଞ୍ଜନ ଦାଶଙ୍କୁ ପଚାରିବାରେ ଭିତରକନିକାକୁ ଅବାଧ ପ୍ରବେଶ ନିଷେଧ ହୋଇଛି। ଏଠାରେ ଥିବା ଚିଙ୍ଗୁଡ଼ି ଘେରିକୁ ଜିଲା ପ୍ରଶାସନ ସହାୟତାରେ ଭଙ୍ଗାଯାଉଛି। ପିରାହ୍ନା ଚାଷ ସମ୍ପର୍କରେ ଜାଣି ନ ଥିବା କହିବା ସହ ଏ ନେଇ ତଦନ୍ତ କରିବେ ବୋଲି ସେ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri