ପୀତବାସ ପଣ୍ଡା ହତ୍ୟା ମାମଲା, ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଖାରଜ୍

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଝଟକା । ଖାରଜ ହେଲା ଜାମିନ ଆବେଦନ । ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଜାମିନ୍ ଆବେଦନ ଖାରଜ କଲେ ବ୍ରହ୍ମପୁର ଏଡିଜେ- ୩ କୋର୍ଟ । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ୫ ଅଭିଯୁକ୍ତ ଏବେ ଵ୍ରହ୍ମପୁର ଜେଲରେ ରହିଛନ୍ତି ।

ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାଶ, ମଦନ ମୋହନ ଦଳାଇ, ସୁନିଲ ହୋତା ଏବଂ ଶୂନ୍ୟ ଦାସଙ୍କ ଆବେଦନ ଖାରଜ ହୋଇଛି । ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ଭାବେ ନିଯୁକ୍ତ ହୋଇଥିବା ପିପି କାଳିଚରଣ ମିଶ୍ର ଓ ଅଭିନାଶ ପଢି ମକଦ୍ଦମା ପରିଚାଳନା କରିଥିଲେ। ପ୍ରକାଶଥାଉକି, ଗତ ଅକ୍ଟୋବର ୬ ତାରିଖ ଅର୍ଥାତ କୁମାରପୂର୍ଣ୍ଣିମା ରାତିରେ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା ।

ଅଭିଯୁକ୍ତ କୁରୁପତି ଭୂୟାଁ ଓ ଚିଣ୍ଟୁ ପ୍ରଧାନ ବାଇକରେ ଆସି ପୀତବାସ ପଣ୍ଡାଙ୍କ ଉପରକୁ ଫାୟାରିଂ କରିଥିଲେ । ଏନେଇ ବୈଦ୍ୟନାଥପୁର ଥାନାରେ ଏକ ହତ୍ୟା ମାମଲା ରୁଜୁ ହୋଇଥିଲା । ତଦନ୍ତ ସମୟରେ ସତ୍ୟ ସାମ୍ନାକୁ ଆସିଥିଲା । ପୋଲିସ ଏହି ଘଟଣାରେ ୧୬ ଜଣଙ୍କୁ ଗିରଫ କରି ଜେଲ ପଠାଇଥିଲା। ସେମାନଙ୍କ ମଧ୍ୟରୁ ସୁରକ୍ଷା ଦୃଷ୍ଟିରୁ ଶିବ ଶଙ୍କର ଦାଶ୍ ଓରଫ ପିଣ୍ଟୁ ଏବେ ଫୁଲବାଣୀ ଜେଲରେ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri