ପୀତବାସଙ୍କ ସ୍ତ୍ରୀ କଲେ ବଡ଼ ଖୁଲାସା, ଜୀବନରୁ ମାରିଦେବକୁ ଆସୁଛି ଧମକ, ଘରକୁ ଆସି ଯିଏ ସୁରକ୍ଷା ଦେବେ କହିଥିଲେ…

ବ୍ରହ୍ମପୁର, ୮।୧୧(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗତ ଅକ୍ଟୋବର ୬ ତାରିଖରେ ହତ୍ୟା କରାଯାଇଥିଲା। ପୋଲିସ ହ୍ମପୁର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାଶ ସମେତ ଏଯାବତ ୧୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ମାନଙ୍କ ତରଫରୁ ଦୁଇ ଦୁଇଥର ମାମଲା ପ୍ରତ୍ୟାହାର କରିବାକୁ ଧମକ ଦିଆଯାଇଛି। ନଚେତ ମା’ ପୁଅକୁ ଜୀବନରେ ମାରିଦେବାକୁ ଧମକ ଦିଆଯାଇଛି। ବିପଦରେ ଏବେ ଆମଜୀବନ। ଆମକୁ ସୁରକ୍ଷା ସହ ନ୍ୟାୟ ପ୍ରଦାନ କରିବାକୁ ଶନିବାର ପୀତବାସଙ୍କ ସ୍ତ୍ରୀ’ ସୁସ୍ମିତା ପଣ୍ଡା ତାଙ୍କ ଘରେ ଆୟୋଜିତ କରିଥିବା ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଧମକ ମିଳୁଥିବା ନେଇ ଆମେ ବରିଷ୍ଠ ପୋଲିସ ଅଧିକାରୀଙ୍କୁ କହିବା ସହ ଏନେଇ ବୈଦ୍ୟନାଥପୁର ଥାନାରେ ଏତଲା ଦେଇଛୁ। ସ୍ବାମୀଙ୍କ ମୃତ୍ୟୁ ପରେ ତାଙ୍କର ବନ୍ଧୁ ବିକ୍ରମ ପଣ୍ଡା ଆମ ଘରକୁ ଆସି ଆମକୁ ସୁରକ୍ଷା ଦେବାକୁ କହିଥିଲେ। ହେଲେ କିଛିଦିନ ପରେ ସିଏ ସ୍ବାମୀଙ୍କ ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ଦର୍ଶାଇ ପୋଲିସ ବିକ୍ରମ ପଣ୍ଡାଙ୍କୁ ଗିରଫ କରିଥିବା ଆମେ ଜାଣିବାକୁ ପାଇଥିଲୁ। ସାଙ୍ଗ ହୋଇ ସାଙ୍ଗକୁ କିପରି ସେ ହତ୍ୟା କଲେ ତାହା ଆମକୁ ଏବେ ଆଶ୍ଚର୍ଯ୍ୟ ଲାଗୁଛି। ଆମ ପରିବାର ଜୀବନ ବିପଦ ଥିବା ବେଳେ ଉକ୍ତ ମାମଲାରେ ଗିରଫ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ ନ କରିବାକୁ ସେ ବିଚାରପତିଙ୍କୁ ଅନୁରୋଧ କରିଛନ୍ତି। ଖବରଦାତା ସମ୍ମିଳନୀରେ ମୃତ ପୀତାବସଙ୍କ ବଡ ଭାଇ ପ୍ରକାଶ ପଣ୍ଡା ଓ ସାନ ଭାଇ ପୂର୍ଣଚନ୍ଦ୍ର ପଣ୍ଡା ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri