ପୀତବାସ ହତ୍ୟାଘଟଣା: ଧରାପଡ଼ିଲେ ସାର୍ପ ସୁଟର

ବ୍ରହ୍ମପୁର,୩।୧୧(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟାଘଟଣାର ମୁଖ୍ୟ ଅଭିଯୁକ୍ତ ତାଥା ସାର୍ପ ସୁଟର କୁରୁପତି ଧରାପଡ଼ିଛନ୍ତି । ତାଙ୍କ ସହ ମୁଖ୍ୟ ଷଡ଼ଯନ୍ତ୍ରକାରୀ ଉମା ବିଷୋୟୀ ମଧ୍ୟ ଧରାପଡ଼ିଛନ୍ତି। କୁରୁପତିଙ୍କୁ ଏକ ଅଜ୍ଞାତ ବାସରେ ରଖାଯାଇ ଯେରା କରାଯାଉଛି।

ଅକ୍ଟୋବର ୬ ତାରିଖରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଷଡ଼ଯନ୍ତ୍ରରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଓ ପୂର୍ବତନ ମେୟର ଶିବ ଶଙ୍କର ଦାଶ (ପିଣ୍ଟୁ)ଙ୍କ ସମେତ ୧୨ ଜଣଙ୍କୁ ପୋଲିସ ଗିରଫ କରିଛି। ହତ୍ୟାକାଣ୍ଡ ପଛରେ ରାଜନୈତିକ, ବ୍ୟବସାୟିକ ଓ ବ୍ୟକ୍ତିଗତ ଶତ୍ରୁତା ରହିଥିବା ଏସପି ଡା. ସର୍ବଣା ବିବେକ ଏମ୍. ସୂଚନା ଦେଇଛନ୍ତି।

ସଦ୍ୟ ଖବର ଅନୁଯାୟୀ, ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସ ଗିରଫ କରିଛି। ଗିରଫ ହୋଇଥିବା ବ୍ୟକ୍ତି ହେଉଛନ୍ତି ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସହଯୋଗୀ ସୁନୀଲ ହୋତା। ଅଭିଯୁକ୍ତମାନଙ୍କୁ ଜୟପୁରର ଏକ ଫାର୍ମ ହାଉସରେ ରଖିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସୁନୀଲଙ୍କୁ କୋର୍ଟ ଚାଲାଣ ପରେ ଜେଲ୍‌ ପଠାଯାଇଛି ଏବଂ ଏହି ମାମଲାରେ ଗିରଫଦାରୀ ସଂଖ୍ୟା ୧୩ରେ ପହଞ୍ଚିଛି। ଅନ୍ୟ ତିନିଜଣ ଅଭିଯୁକ୍ତ ଏବେ ବି ଫେରାର ଅଛନ୍ତି।

 

 

Dharitri – Odisha’s No.1 Odia Daily

Share