ପୀତବାସ ପଣ୍ଡା ହତ୍ୟାକାଣ୍ଡ: ବିକ୍ରମ ପଣ୍ଡାଙ୍କ ପାଇଁ ଲଢ଼ିବେ ୪୪ ଓକିଲ

ଗଞ୍ଜାମ,୨୪।୧୦: ବରିଷ୍ଠ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯିବା ପରେ ଏବେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ରାଜନୈତିକ ଉଦ୍ଦେଶ୍ୟ ରଖି ବିକ୍ରମଙ୍କୁ ଗିରଫ କରାଯାଇଛି ବୋଲି ବିଜେଡି ଅଭିଯୋଗ କରିଛି।

ଅନ୍ୟପକ୍ଷରେ, ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ। ଏନେଇ ସେମାନେ ଆଜି କୋର୍ଟରେ ୱକାଲାତନାମା ଦାଖଲ କରିଛନ୍ତି। ବିକ୍ରମଙ୍କ ସହ କର୍ପୋରେଟର ମଳୟ ବିଷୋୟୀ ଏବଂ ବିଜେଡି ନେତା ମଦନ ଦଳେଇଙ୍କ ପାଇଁ ମଧ୍ୟ ଏହି ଓକିଲମାନେ ଲଢ଼ିବେ। ସେମାନଙ୍କ ଜାମିନ ପାଇଁ ଆଜି କୋର୍ଟରେ ଆବେଦନ କରାଯିବାର କାର୍ଯ୍ୟକ୍ରମ ରହିଛି।

ଅକ୍ଟୋବର ୬ ତାରିଖରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଷଡ଼ଯନ୍ତ୍ରରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଓ ପୂର୍ବତନ ମେୟର ଶିବ ଶଙ୍କର ଦାଶ (ପିଣ୍ଟୁ)ଙ୍କ ସମେତ ୧୨ ଜଣଙ୍କୁ ପୋଲିସ ଗିରଫ କରିଛି। ହତ୍ୟାକାଣ୍ଡ ପଛରେ ରାଜନୈତିକ, ବ୍ୟବସାୟିକ ଓ ବ୍ୟକ୍ତିଗତ ଶତ୍ରୁତା ରହିଥିବା ଏସପି ଡା. ସର୍ବଣା ବିବେକ ଏମ୍. ସୂଚନା ଦେଇଛନ୍ତି।

ସଦ୍ୟ ଖବର ଅନୁଯାୟୀ, ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସ ଗିରଫ କରିଛି। ଗିରଫ ହୋଇଥିବା ବ୍ୟକ୍ତି ହେଉଛନ୍ତି ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସହଯୋଗୀ ସୁନୀଲ ହୋତା। ଅଭିଯୁକ୍ତମାନଙ୍କୁ ଜୟପୁରର ଏକ ଫାର୍ମ ହାଉସରେ ରଖିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସୁନୀଲଙ୍କୁ କୋର୍ଟ ଚାଲାଣ ପରେ ଜେଲ୍‌ ପଠାଯାଇଛି ଏବଂ ଏହି ମାମଲାରେ ଗିରଫଦାରୀ ସଂଖ୍ୟା ୧୩ରେ ପହଞ୍ଚିଛି। ଅନ୍ୟ ତିନିଜଣ ଅଭିଯୁକ୍ତ ଏବେ ବି ଫେରାର ଅଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri