ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ ତାହା ଖାରଜ ହୋଇଛି। ଜେଲରେ ଦିନ କାଟୁଥିବା ବ୍ରହ୍ମପୁର ପୂର୍ୱତନ ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ୱତନ ମେୟର ଶିବ ଶଙ୍କର ଦାଶ ଓରଫ ପିଣ୍ଟୁ, ଆଇନଜୀବୀ ତଥା ବିଜେଡି ନେତା ମଦନ ମୋହନ ଦଳାଇ, ବ୍ୟବସାୟୀ ସୁନିଲ ହୋତା ଓ ଶୂନ୍ୟ ଦାସଙ୍କ ଜାମିନ ଖାରଜ ହୋଇଯାଇଛି । ଗଞ୍ଜାମ ଜିଲା ଅତିରିକ୍ତ ଜିଲା ଜଜ-୩ୟ ବିବସ୍ୱତ ଗୌତମ ମଙ୍ଗଳବାର ଏହି ରାୟ ପ୍ରକାଶ କରିଛନ୍ତି।

ପୂର୍ୱରୁ ଉପରୋକ୍ତ ୫ ଅଭିଯୁକ୍ତ ନିଜ ଓକିଲଙ୍କ ଜରିଆରେ ଖଲାସ ପିଟିଶନ ଓ ଜାମିନ ଆବେଦନ କରିଥିଲେ । ଗତ ୧୨ ତାରିଖରେ ଏହାର ଶୁଣାଣି ହୋଇଥିଲା । ଉଭୟ ପକ୍ଷଙ୍କ ଓକିଲ ମଧ୍ୟରେ ଜବାବସୁଆଲ ହୋଇଥିଲା। ସରକାରୀ ଓକିଲ ଅଭିଯୁକ୍ତଙ୍କ ଜାମିନକୁ ଦୃଢ଼ ବିରୋଧ କରିଥିଲେ। ସେହିଦିନ କୋର୍ଟରେ ଜାମିନ ଶୁଣାଣି ହୋଇଥିଲେ ମଧ୍ୟ ଜଜ୍‌ ରାୟ ସଂରକ୍ଷିତ ରଖିଥିଲେ। ମଙ୍ଗଳବାର ଅଭିଯୁକ୍ତମାନଙ୍କ ଜାମିନ ଆବେଦନ ଖାରଜ କରାଯାଇଥିବା ସ୍ୱତନ୍ତ୍ର ପିପି କାଳୀ ପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଗତ ଅକ୍ଟୋବର ୬ ତାରିଖରେ ପୀତବାସଙ୍କୁ ତାଙ୍କ ଘର ନିକଟରେ ଅତି ନିକଟରୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ମାମଲାରେ ପୋଲିସ ବିକ୍ରମ ଓ ପିଣ୍ଟୁ ସମେତ ମୋଟ ୧୬ ଜଣଙ୍କୁ ପର୍ଯ୍ୟାୟକ୍ରମେ ଗିରଫ କରିଥିଲା। ସେମାନଙ୍କ ୧୫ ଅଭିଯୁକ୍ତ ବ୍ରହ୍ମପୁର ମଣ୍ଡଳ କାରାଗାରରେ ରହିଥିବା ବେଳେ ଶିବଶଙ୍କର ଫୁଲବାଣୀ ଜେଲରେ ଅଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri