ରାସ୍ତାରୁ ଉଠିଗଲାଣି ପିଚୁ, ମେଟାଲ ପଡିଛି

ବଲାଙ୍ଗୀର ଅଫିସ, ୩ା୧୨:  ବଲାଙ୍ଗୀର ଜିଲା ପୁଇଁତଲା ବ୍ଳକ ଆଟଗାଁ ଗ୍ରାମପଞ୍ଚାୟତର ସାନବୁର୍କାବାହାଲ ଗାଁକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଶୋଚନୀୟ ହୋଇପଡିଛି। ୨୦୧୩ ମସିହାରେ ଆଟଗାଁ ଗାଁମୁଣ୍ଡରୁ ସାନବୁର୍କାବାହାଲ ପ୍ରାୟ ୩ କିମିି ଲମ୍ବର ଏହି ରାସ୍ତାକୁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ସାମିଲ କରାଯାଇ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ତିଆରି କରାଯାଇଥିଲା। ରାସ୍ତା ତିଆରି ଶେଷ ତାରିଖରୁ ୫ ବର୍ଷ ପର୍ଯ୍ୟନ୍ତ ମରାମତି ଓ ରକ୍ଷଣାବେକ୍ଷଣ ବିଭାଗ ଦାୟିତ୍ୱରେ ରହିଥିଲା। ଠିକ୍‌ଭାବେ ମରାମତି ନ ହେବାରୁ ଏହି ରାସ୍ତାଟି ଏବେ ଶୋଚନୀୟ ହୋଇପଡିଛି। ରାସ୍ତା ଉପରୁ ପିଚୁ ଉଠି ଯାଇଛି। ମେଟାଲଗୁଡିକ ବାହାରି ପଡି ଚଳାଚଳ ଅସୁବିଧାଜନକ ହେଉଛି। ଏନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଆଚାର୍ଯ୍ୟଙ୍କୁ ପଚରାଯିବାରୁ ଏହି ରାସ୍ତାରେ ଦ୍ୱିତୀୟ ଥର ପିଚୁ କରାଯିବା ସମୟ ହୋଇଯାଇଛି। ତେବେ ଆଲଟମେଣ୍ଟ ନ ଥିବାରୁ ହୋଇପାରିନାହିଁ। ଆଗାମୀ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ପର୍ଯ୍ୟାୟରେ ଏହି ରାସ୍ତା କାମ କରାଯିବାକୁ ସରକାରଙ୍କୁ ସୁପାରିଶ ଶୀଘ୍ର ପଠାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri