Posted inଖେଳ

ଏମ୍‌. ଚିଦାମ୍ବରମ୍‌ ଷ୍ଟାଡିୟମ୍‌ର ପିଚ୍‌କୁ ଦେଖି ଏମିତି ଆକଳନ କରନ୍ତି କ୍ରିକେଟ ପ୍ରେମୀ, ଜାଣନ୍ତୁ ଏ ସମ୍ପର୍କରେ…

ନୂଆଦିଲ୍ଲୀ,୬ା୫: ଆଇପିଏଲର ୨୦୨୩ର ୪୯ ତମ ମ୍ୟାଚ୍‌ ଖୁବ୍‌ ଦମ୍‌ଦାର ହେବାକୁ ଯାଉଛି। କାରଣ ଆଜିର ଏହି ମ୍ୟାଚ୍‌ରେ ଦୁଇଟି ହେଭି ଓ୍ବେଟ୍‌ ଦଳ ପୁଣି ଥରେ ପଡ଼ିଆକୁ ଓହ୍ଲାଉଛନ୍ତି। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ଏକ କଡ଼ା ଚ୍ୟାଲେଞ୍ଜର ସମ୍ମୁଖୀନ ହେବାକୁ ଯାଉଛନ୍ତି।

ଏହି ମ୍ୟାଚ୍‌ ଚେନ୍ନାଇର ଏମ୍‌. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବ। ଶନିବାର ଡବଲ ହେଡର୍‌ ମ୍ୟାଚର ଏହା ପ୍ରଥମ ମ୍ୟାଚ୍‌ ହେବାକୁ ଯାଉଛି। ଶେଷଥର ପାଇଁ ଉଭୟ ଦଳ ଏହ ସିଜନ୍‌ରେ ପରସ୍ପରକୁ ଭେଟିଥିଲେ। ଚେନ୍ନାଇ ମୁମ୍ବାଇକୁ ୭ ଓ୍ବିକେଟରେ ପରାସ୍ତ କରିଥିଲା।

ଶେଷ ମ୍ୟାଚରେ ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମୁମ୍ବାଇ ୨୦ ଓଭରରେ ୮ ଓ୍ବିକେଟ ନେଇ ୧୫୭ ରନ୍‌ ସଂଗ୍ରହ କରିଥିଲା। ଏହାର ଜବାବରେ ଚେନ୍ନାଇ ୧୮.୧ ଓଭରରେ ତିନୋଟ ଓ୍ବିକେଟ ହରାଇ ୧୫୯ ରନ୍‌ ସ୍କୋର କରି ମ୍ୟାଚ ଜିତିଥିଲା।

ଏମ୍‌. ଚିଦାମ୍ବରମ ଷ୍ଟାଡିୟମର ପିଚ୍‌ ବିଷୟରେ କହିବାକୁ ଗଲେ ଏଡି ଷ୍ଟାଡିୟମରେ ସ୍ପିନରମାନେ ଓ୍ବିକେଟ ଉପରେ ପ୍ରାଧାନ୍ୟ ବିସ୍ତାର କରନ୍ତି। ଏଠାରେ ଥିବା ପିଚ୍‌ ବର୍ତ୍ତମାନ ବ୍ୟାଟ୍ସମ୍ୟାନଙ୍କ ପାଇଁ ଅନୁକୂଳ ଅଟେ। ଏହି ସିଜନରେ ବ୍ୟାଟ୍ସମ୍ୟାନଙ୍କ ସପକ୍ଷରେ ଏହି ପିଚ୍‌ ଅଧିକ ରହିଛି।

ଏହି ପିଚ୍‌ ଧୀର ଏବଂ ଏଠାରେ ବହୁତ କମ୍‌ ବାଉନ୍ସ ଦେଖାଯାଏ, ଯେଉଁ କାରଣରୁ ବଲ୍‌ ବ୍ୟାଟ୍‌ ଉପରେ ଆସେ ନାହିଁ। ସ୍ପିନରମାନଙ୍କୁ ଏହି ପିଚ୍‌ ବେଶ୍‌ ସୁହାଇବ।

ଆଇପିଏଲ ଇତିହାସରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ୩୫ ଥର ମୁହାଁମୁହିଁ ହୋଇଛନ୍ତି। ଏହି ସମୟରେ ମୁମ୍ବାଇ ଇଣ୍ଡିଆନ୍ସ ୨୦ଟି ମ୍ୟାଚ୍‌ ଜିତିଛି। ଏଥି ସହିତ ଚେନ୍ନାଇ ୧୫ଟି ମ୍ୟାଚ୍‌ ଜିତିଛି। ତେବେ ଏହି ଆକଳନକୁ ଦେଖିବା ପରେ ମୁମ୍ବାଇ ଇଣ୍ଡିଆନ୍ସ ଭଲ ପ୍ରଦର୍ଶନ କରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?