Posted inଖେଳ

ପଡ଼ୋଶୀ ଘର ଝିଅଙ୍କ ପ୍ରେମରେ ପଡ଼ିଥିଲେ ପୀୟୁଷ ଚାଓ୍ବଲା: ବାପାଙ୍କୁ ମିଛ କହି ଦିଲ୍ଲୀରେ କିଣିଥିଲେ ଘର

ନୂଆଦିଲ୍ଲୀ,୫।୬: ୨୦୦୭ରେ ଟି୨୦ ବିଶ୍ୱକପ୍‌ ଖେଳାଯିବା ସମୟରେ ୧୮ ବର୍ଷର ହୋଇଥିଲେ ଭାରତୀୟ ଲେଗ୍‌ ସ୍ପିନର ପୀୟୁଷ ଚାଓ୍ବଲା। ଏହି ଟୁର୍ନାମେଣ୍ଟରେ ବିଜେତା ହୋଇଥିଲା ଭାରତ। ଏହାପରେ ପୀୟୁଷ ୨୦୧୧ରେ ବିଶ୍ୱକପ୍‌ ଜିତିଥିବା ଭାରତୀୟ ଟିମ୍‌ରେ ସାମିଲ ଥିଲେ। ସେତେବେଳେ ୨୨ ବର୍ଷର ହୋଇଥିଲେ ସେ। ହେଲେ ୧୭ ବର୍ଷ ବୟସରେ ପ୍ରଥମ ଥର ପାଇଁ ଦଳ ପାଇଁ ଖେଳିବା ଆରମ୍ଭ କରିଥିଲେ ସେ। ଏଣୁ ସଚିନଙ୍କ ପରେ ଭାରତ ପାଇଁ ଖେଳିଥିବା ଅନ୍ୟତମ ଯୁବ ଖେଳାଳି ଭାବେ ତାଙ୍କୁ ଗଣାଯାଏ। ଟିମ୍‌ରେ ଉପଲବ୍ଧି ଛଡ଼ା ପିୟୁଷଙ୍କ ଲଭ୍‌ଲାଇଫ୍‌ ବେଶ ରୋମାଞ୍ଚକ।

ପ୍ରେମ ବିବାହ କରିଥିଲେ ପୀୟୁଷ। ସେ ଓ ତାଙ୍କ ସ୍ତ୍ରୀ ଅନୁଭୂତି ପଡୋଶୀ ଥିଲେ। ମୁରଦାବାଦର ହୋଇଥିବା ସତ୍ତ୍ୱେ ଦିଲ୍ଲୀରେ ହିଁ ତାଙ୍କର ପ୍ରେମର ଗାଡ଼ି ଗଡ଼ିଥିଲା। ଅନୁଭୂତିଙ୍କ ଦୁଇ ଭାଇ ଡାକ୍ତର ହୋଇଥିବାରୁ ସେମାନଙ୍କର ଲଗାତାର ବଦଳି ହେଉଥିଲା। ଏଣୁ ଅନୁଭୂତି ଦିଲ୍ଲୀରେ ରହୁଥିଲେ। ପୀୟୁଷ ମଧ୍ୟ ବାପାଙ୍କୁ ମିଛ କହି ଦିଲ୍ଲୀରେ ଘର ନେଇଥିଲେ। ଉଭୟ ଦିଲ୍ଲୀରେ ରହୁଥିବାରୁ ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ପରେ ସେମାନେ ବିବାହ କରିଥିଲେ।

ଇଂଲଣ୍ଡ ବିପକ୍ଷରେ ଭାରତ ପାଇଁ ଡେବ୍ୟୁ କରିଥିଲେ ପୀୟୁଷ। ଏହାପରେ ସେ ୨୦୦୭ରେ ବାଂଲାଦେଶ ବିପକ୍ଷରେ ସେ ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳିଥିଲେ। ୨୦୧୨ରେ ସେ ଶେଷ ଥର ପାଇଁ ଭାରତ ପାଇଁ ଖେଳିଥିଲେ ହେଁ ଆଇପିଏଲରେ ଚେନ୍ନାଇ ସୁପରକିଙ୍ଗ୍ସ ସହ ଜଡ଼ିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri